ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ମିଳିଥିବା ସୂଚନା ଅନୁଯାୟୀ, ଧ୍ରୁବଙ୍କ ଘର ବରଗଡ ଜିଲା ଅତାବିରା ଅଞ୍ଚଳରେ। ଶୁକ୍ରବାର ଅପରାହ୍ନ ସାଢେ ଗୋଟାଏରେ ପିଡି ଡିଆରଡିଏଙ୍କ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂ ଥିଲା। ଧ୍ରୁବ ନିର୍ଦ୍ଧାରିତ ସମୟ ପର୍ଯ୍ୟନ୍ତ ସେଠାରେ ନ ପହଞ୍ଚତ୍ବାରୁ କେତେଜଣ କର୍ମଚାରୀ ତାଙ୍କୁ ଡାକିବାକୁ କ୍ୱାର୍ଟର୍ସକୁ ଯାଇଥିଲେ। ସେତେବେଳେ ଭିତରୁ କବାଟ ବନ୍ଦ ଥିଲା। ତାଙ୍କ ଘରକୁ ଯାଇଥିବା କର୍ମଚାରୀମାନେ ଧ୍ରୁବଙ୍କୁ ଡାକିଥିଲେ, ମାତ୍ର ଘର ଭିତରୁ କୌଣସି ଉତ୍ତର ମିଳି ନ ଥିଲା। ବହୁ ସମୟ ଅପେକ୍ଷା କରିବା ପରେ କୌଣସି ଦୁର୍ଘଟଣା ଆଶଙ୍କା କରି କର୍ମଚାରୀମାନେ ତାଙ୍କ କ୍ୱାର୍ଟର୍ସର କବାଟ ଭାଙ୍ଗିଥିଲେ। ଏହା ପରେ ପ୍ରକୃତ ଘଟଣା ସାମ୍‌ନାକୁ ଆସିଥିଲା। ଧ୍ରୁବ ଘର ଭିତରେ ପଡିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ। ହେଲେ ଡାକ୍ତର ଧ୍ରୁବଙ୍କୁ ମୃତ ଘୋଷଣା କରିଥିଲେ। ଶେଷରେ ପୋଲିସକୁ ଏ ସଂକ୍ରାନ୍ତରେ ଖବର ଦିଆଯାଇଥିଲା। ପୋଲିସ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ଧ୍ରୁବ ଅବିବାହିତ ଥିବାରୁ ସେହି କ୍ୱାର୍ଟର୍ସରେ ଏକୁଟିଆ ରହୁଥିଲେ। ଖବର ପାଇ ତାଙ୍କ ପରିବାର ଲୋକମାନେ ଅତାବିରାରୁ ଆସି ରାତିରେ ଫୁଲବାଣୀରେ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri