ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି ପେମେଣ୍ଟ ଦିଆଯିବ। ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଏଫ୍‌ଏମ୍‌ଏସ୍‌) ଏବଂ ଇ-କୁବେର ଜରିଆରେ ଏହାକୁ କାର୍ଯ୍ୟକାରୀ କରାଯିବ। ଆଇଏଫ୍‌ଏମ୍‌ଏସ୍‌ ଏକ ଆଇଟି ବଜେଟ ଓ ଆକାଉଣ୍ଟିଂ ବ୍ୟବସ୍ଥା। ଏହାଦ୍ୱାରା ସହଜରେ ବିଭିନ୍ନ ଯୋଜନାକୁ ଟଙ୍କା ପଇଠ କରିହେବ। ଆସନ୍ତା ୨୦୨୦ ଏପ୍ରିଲରୁ ଏହି ବ୍ୟବସ୍ଥାକୁ ଲାଗୁ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଧାନ ବିକ୍ରି ଟଙ୍କା ଚାଷୀମାନଙ୍କୁ ଅନଲାଇନ ପ୍ରଦାନ କରାଯାଉଛି। ଏଥିପାଇଁ ହିତାଧିକାରୀଙ୍କୁ ବ୍ୟାଙ୍କ ସହ ଆଧାର ଲିଙ୍କ କରିବାକୁ ପଡ଼ିବ। ଏହି ବ୍ୟବସ୍ଥା କାର୍ଯ୍ୟକାରୀ ପାଇଁ ହିତାଧିକାରୀମାନଙ୍କର ବ୍ୟାଙ୍କର ସମସ୍ତ ସୂଚନା ଦେବା ଆବଶ୍ୟକ। ଡିବିଟି ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ସମସ୍ତ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟର ସମ୍ପୂର୍ଣ୍ଣ ବିବରଣୀ ଦେବାକୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆକୁ ଅନୁରୋଧ କରିଥିଲେ। ବ୍ୟାଙ୍କର ସମ୍ପୂର୍ଣ୍ଣ ବିବରଣୀ ଦେବା ସହ ଆଧାର ଲିଙ୍କ୍‌ କରାଯାଇ ଇ-କୁବେର ମାଧ୍ୟମରେ ଟଙ୍କା ପ୍ରଦାନ କରାଯିବ। ଦେଶର ଅଧିକାଂଶ ରାଜ୍ୟ ଇ-କୁବେର ବ୍ୟବସ୍ଥାକୁ ଆପଣାଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବାକୁ ବ୍ୟାଙ୍କର ଆବଶ୍ୟକତା ରହିଛି। ତେବେ ରାଜ୍ୟର ୭୦ ପ୍ରତିଶତ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ। ବ୍ୟାଙ୍କ ସାଥୀମାନେ ସେବା ଠିକ୍‌ ଭାବେ ଦେବାରେ ସମର୍ଥ ହୋଇ ପାରୁନାହାନ୍ତି। ଯଦି ବ୍ୟାଙ୍କ ଶାଖା ନ ରହିବ ତେବେ ଡିଜିଟାଲ ପେମେଣ୍ଟ ମଧ୍ୟ ସମ୍ଭବ ହେବ ନାହିଁ। ସେଥିପାଇଁ ରାଜ୍ୟ ସରକାର ବ୍ୟାଙ୍କ ନ ଥିବା ପଞ୍ଚାୟତଗୁଡ଼ିକରେ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ବ୍ୟାଙ୍କଗୁଡିକର ଶାଖା ଖୋଲିବାକୁ ଅନୁମତି ଦେଇଛନ୍ତି। ବ୍ୟାଙ୍କଗୁଡିକ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ବ୍ୟାଙ୍କ ସାଥୀ ଭାବେ ଗ୍ରହଣ କରିବାକୁ କୁହାଯାଇଛି ବୋଲି ଅର୍ଥ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ଆରବିଆଇ ଗଭର୍ନର ଶଶୀକାନ୍ତ ଦାଶଙ୍କୁ ରାଜ୍ୟରେ ଅଧିକ ବ୍ୟାଙ୍କ ଶାଖା ଖୋଲିବାକୁ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?