ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଯାଇଛି। ଏହା ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ବୋଲି କୁହାଯାଉଛି। ବିଦେଶରୁ ପ୍ରାୟ ୮ ଲକ୍ଷ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଅଣାଯିବ। ଏହା ପ୍ରର୍ଯ୍ୟାୟକ୍ରମେ ଭାରତକୁ ଆସିବ। ପ୍ରଥମ ପ୍ରର୍ଯ୍ୟାୟରେ ୫ ଲକ୍ଷ କିଟ୍‌ ଆସି ପହଞ୍ଚିବ। ଏହାପରେ ଅବଶିଷ୍ଟ କିଟ୍‌ ଅଣାଯିବ। ଅଧିକ ସଂକ୍ରମିତ ହୋଇଥିବା ଅଞ୍ଚଳ ଅର୍ଥାତ୍‌ ହଟ୍‌ସ୍ପଟ୍‌ରେ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଦ୍ୱାରା ଶୀଘ୍ର କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ। ଏହାଦ୍ୱାରା ଏକବୁନ୍ଦା ରକ୍ତ ନମୁନାରୁ ମାତ୍ର ୧୫-୨୦ ମିନିଟ୍‌ ମଧ୍ୟରେ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି ଆଇସିଏମ୍‌ଆର୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri