ଏପ୍ରିଲ ଶେଷସୁଦ୍ଧା ଦୈନିକ ୩ହଜାର ନମୁନା ପରୀକ୍ଷା ଲକ୍ଷ୍ୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ଦୈନିକ ୩ ହଜାର କରୋନା ନମୁନା ପରୀକ୍ଷା କରାଯିବ। ଏଥିପାଇଁ ବଲାଙ୍ଗୀର, ବାଲେଶ୍ୱର, ବାରିପଦା ଓ କୋରାପୁଟଠାରେ ଥିବା ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ନମୁନା ପରୀକ୍ଷା ପାଇଁ ଲାବୋରେଟୋରି ଖୋଲାଯିବ। ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ଶେଷରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ଦୈନିକ ୨ହଜାର ନମୁନା ପରୀକ୍ଷା ହେଉଛି। ଏହାକୁ ୩ ହଜାରକୁ ବୃଦ୍ଧି କରାଯିବ। କେବଳ ୪ଟି ମେଡିକାଲ କଲେଜ ନୁହେଁ ଭୁବନେଶ୍ୱରରେ ଥିବା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ କରୋନା ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ(ଆଇଏଲ୍‌ଏସ୍‌)ର ପରୀକ୍ଷା କ୍ଷମତାକୁ ଦୈନିକ ୪୫୦କୁ ବୃଦ୍ଧି କରିବା ପାଇଁ ସ୍ଥିର କରାଯାଇଛି। ଏଥିସହିତ ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କ ପରୀକ୍ଷା ସେମାନେ ଅଟକିଥିବା ସ୍ଥାନରେ ଯେପରି ହୋଇପାରିବ ସେ ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ହେବ। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ସହ ଏନେଇ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। କୋଭିଡ-୧୯ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଅଧିକ ପ୍ରୋତ୍ସାହନ ରାଶି ଦେବା ପାଇଁ ବୈଠକରେ ଆଲୋଚନା ହୋଇଛି। ତେବେ ଏନେଇ କାୈଣସି ନିଷ୍ପତ୍ତି ହୋଇ ନାହିଁ। କରୋନା ବ୍ୟାପୁଥିବା ୩ଜିଲା ଭଦ୍ରକ, ବାଲେଶ୍ୱର ଓ ଯାଜପୁର ପାଇଁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ୍‌ରେ ରହିବା, ଖାଇବା ଓ ଚିକିତ୍ସା ଆଦି ମାଗଣାରେ କରାଯାଇଛି। ଅନ୍ୟ ରାଜ୍ୟରେ ଲକ୍‌ଡାଉନ ଯୋଗୁ ଅଟକି ରହିଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ଯେଉଁମାନେ ଗାଁକୁ ଫେରିବେ, ସେମାନଙ୍କୁ ପ୍ରଥମେ ସଂଙ୍ଗରୋଧରେ ରଖାଯିବ। ପଞ୍ଚାୟତସ୍ତରରେ ଶ୍ରମିକମାନଙ୍କ ପଞ୍ଜୀକରଣ ପାଇଁ ଏକ ୫ଜଣିଆ କମିଟି ଗଠନ କରାଯିବ। ସରପଞ୍ଚଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କିମିଟିରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ଗ୍ରାମ ରୋଜଗାର ସେବକ ଓ ୩ଜଣ ଶିକ୍ଷକ ରହିବେ। ଏହି କମିଟି ଉପରେ କ୍ୟାରାଣ୍ଟାଇନ ସେଣ୍ଟରର ଦାୟିତ୍ୱ ନ୍ୟସ୍ତ ରହିବ। ସେହିପରି ପଶ୍ଚିମବଙ୍ଗକୁ ଲାଗି ଥିବା ଓଡ଼ିଶା ସୀମା ଦୀର୍ଘ ହୋଇଥିବାରୁ ତାହାକୁୁ ସମ୍ପୂର୍ଣ୍ଣ ସିଲ୍‌ କରିବା ସମ୍ଭବ ନୁହେଁ। ଯେଉଁମାନେ ସୀମା ଆରପଟୁ ଓଡିଶା ଆସୁଛନ୍ତି ସେମାନଙ୍କୁ ବୁଝାଇ ଶୁଝାଇ କ୍ୱାରାଣ୍ଟାଇନରେ ରଖାଯିବ ବୋଲି ମନ୍ତ୍ରୀ ଜେନା କହିଛନ୍ତି। ମନ୍ତ୍ରୀସ୍ତରୀୟ ବୈଠକରେ ପଞ୍ଚାୟତିରାଜମନ୍ତ୍ରୀ ପ୍ରତାପ ଜେନା, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?