Posted inଖେଳ

ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲ ସ୍ଥଗିତ

ନୂଆକଦିଲ୍ଲୀ, ୧୪।୩(ପି.ଟି.)-
ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି। ଏହା ଚଳିତ ମାସ ୨୯ ତାରିଖରେ ଆରମ୍ଭ ହେବାର ଥିଲା। ”କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଆଇପିଏଲକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି“ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ପ୍ରକାଶ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ଦିଲ୍ଲୀଭିତ୍ତିକ ଫ୍ରାଚାଇଜ୍‌। ମାତ୍ର ଦିଲ୍ଲୀ ସରକାର ଜାତୀୟ ରାଜଧାନୀରେ ସମସ୍ତ ପ୍ରକାର କ୍ରୀଡ଼ାଭିତ୍ତିକ କାର୍ଯ୍ୟକୁ ସ୍ଥଗିତ ରଖିବାରୁ ବିସିସିଆଇ ବାଧ୍ୟହୋଇ ଏପରି ନିଷ୍ପତ୍ତି ନେଇଛି। ଆଇପିଏଲକୁ ସାମୟିକଭାବେ ବନ୍ଦ ରଖାଯାଇଛି, ସମ୍ପୂର୍ଣ୍ଣ ଭାବେ ନୁହେଁ ବୋଲି ବିସିସିଆଇ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ଏହା ଏପ୍ରିଲ ୧୫ରେ ଆରମ୍ଭ ହେବ ବୋଲି କିଛି ଗ୍ୟାରେଣ୍ଟି ନାହିଁ। ଯଦି ବି ଆରମ୍ଭ ହୁଏ ତେବେ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଅନୁଷ୍ଠିତ ହେବା ସମ୍ଭାବନା ରହିଛି। ଏ ସମ୍ପର୍କରେ ଶନିବାର ଆଇପିଏଲ ଗଭର୍ନିଂ କାଉନ୍‌ସିଲ୍‌ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହେବ। ”ଭାରତ ସରକାର, କେନ୍ଦ୍ର କ୍ରୀଡ଼ା ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଅନ୍ୟ ରାଜ୍ୟ ସରକାରଙ୍କ ସହିତ ବିସିସିଆଇ ସମ୍ପର୍କରେ ଅଛି“ ବୋଲି ଶାହା କହିଛନ୍ତି।
ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଗୋଟିଏ ଦିନରେ ସୀମିତ ସଂଖ୍ୟକ ଡବଲ ଆଇପିଏଲ ମ୍ୟାଚ୍‌ ରହିଥିଲା। ମାତ୍ର ଆଗାମୀ ଦିନରେ ଯଦି ଏହି ଲିଗ୍‌ ସମ୍ଭବ ହୁଏ ତେବେ ଅଧିକ ଡବଲ ମ୍ୟାଚ୍‌ ହୋଇପାରେ। ମହାରାଷ୍ଟ୍ର, କର୍ନାଟକ ଓ ଦିଲ୍ଲୀ ଗେମ୍‌ ପାଇଁ ଅନୁମତି ଦେବାକୁ ମନା କରିଦେବାରୁ ବିସିସିଆଇ ଆଉ ୫ଟି ଭେନ୍ୟୁକୁ ପ୍ରସ୍ତୁତ କରି ରଖିଛି। ଏପ୍ରିଲ ୧୫ ପର୍ଯ୍ୟନ୍ତ ବିଦେଶୀ ଖେଳାଳିଙ୍କ ଭିସା ଉପରେ କଟକଣା ରହିଛି। ବିନା ବିଦେଶୀ ଖେଳାଳିରେ ଆଇପିଏଲର କିଛି ମାନେ ନାହିଁ ବୋଲି ଫ୍ରାଞ୍ଚାଇଜ୍‌ମାନେ ମତ ପ୍ରକାଶ କରିଛନ୍ତି। ଯଦି ସବୁ ଠିକ୍‌ ରୁହେ ଏବଂ ବିସିସିଆଇ ଆଇପିଏଲ ଏପ୍ରିଲ ୧୫ରେ ଆରମ୍ଭ କରେ ତେବେ ଏହା ୪୦ ଦିନ ବିଶିଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri