ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ ଦିନିଆ ଲକଡାଉନ ଘୋଷଣା କରିଥିଲେ। ରାଜ୍ୟରେ ମଧ୍ୟ କଂରୋନା ସଂକ୍ରମଣର ଭୟ ବଢ଼ୁଥିବା ଦେଖି ଲକଡାଉନ ପରିସ୍ଥିତିକୁ ସମର୍ଥନ ଜଣାଇ ଓଡ଼ିଶା ହାଇକୋର୍ଟ ଆସନ୍ତା ୧୫ତାରିଖ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସମେତ କୋର୍ଟ ବନ୍ଦ କରିଛି। ଏ ନେଇ ହାଇକୋର୍ଟ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ, କୋଭିଡ-୧୯ଙ୍କୁ ନେଇ ଲୋକଙ୍କ ମନରେ ଭୟ ବଢ଼ିବାରେ ଲାଗିଛି। ଦିନକୁ ଦିନ ଏହାର ରୂପ ବୃଦ୍ଧି ପାଇ ଲୋକଙ୍କ ଜୀବନ ନେଉଥିବାବେଳେ ଏହାର ମୁକାବିଲା ନେଇ କେନ୍ଦ୍ର ସରକାରଙ୍କ ଲକଡାଉନ ନିଷ୍ପତ୍ତି ଏବଂ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ମାର୍ଚ୍ଚ ୨୬ ଠାରୁ ଏପ୍ରିଲ ୧୫ତାରିଖ ପର୍ଯ୍ୟନ୍ତ କୋର୍ଟର ସମସ୍ତ କାର୍ଯ୍ୟଗୁଡ଼ିକୁ ଏବଂ ସମ୍ପୂର୍ଣ୍ଣ କୋର୍ଟକୁ ବନ୍ଦ କରି ଦିଆଯାଇଛି। ଏଭଳି ପରିସ୍ଥିତିରେ ଯଦି କୌଣସି ଜରୁରୀ ମାମଲା ଆସେ, ତେବେ ଏହାର ଶୁଣାଣି କରାଯିବ। ଏଥିପାଇଁ ଉକ୍ତ ମାମଲାଗୁଡ଼ିକୁ ହାଇକୋର୍ଟ ଅଫିସ ମେଲ ଆଇଡି drj.od-hc@gov.in ଯୋଗେ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଡେପୁଟି ରେଜିଷ୍ଟ୍ରାର(ଜୁଡିସିଆଲ)ଙ୍କ ନିକଟରେ ଦାଖଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri