ଏପ୍ରିଲ ୨୦ ପରେ କୋହଳ ହୋଇପାରେ ଲକ୍‌ଡାଉନ ନିୟମ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରିଛନ୍ତି। ପୂର୍ବରୁ ପାଳନ କରାଯାଇଥିବା ୨୧ ଦିନିଆ ଲକ୍‌ଡାଉନର ସମୟ ମଙ୍ଗଳବାର ଶେଷ ହୋଇଥିବା ବେଳେ ମୋଦି ଏହାକୁ ପୁଣିଥରେ ମେ’୩କୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୨.୦ର ଘୋଷଣା ସମୟରେ ମୋଦି କହିଛନ୍ତି, ଦେଶର ଅର୍ଥନୀତି ଅପେକ୍ଷା ଦେଶବାସୀଙ୍କ ଜୀବନ ଆମପାଇଁ ମୂଲ୍ୟବାନ। ତେଣୁ କରୋନା ସଂକ୍ରମଣ ରୋକିବାକୁ ହେଲେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରିବାକୁ ସେ ନିଷ୍ପତ୍ତି ନେଇଛନ୍ତି। ଅବଶ୍ୟ ଏହା ପୂର୍ବରୁ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍‌ଡାଉନ ଅବଧି ବୃଦ୍ଧି କରିବାକୁ ମୋଦିଙ୍କୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ଏପ୍ରିଲ ୨୦ ପରେ କେତେକ ସ୍ଥାନରେ ଲକ୍‌ଡାଉନ କଟକଣାରେ କୋହଳ କରାଯାଇପାରେ ବୋଲି ମୋଦି କହିଛନ୍ତି। ଏଥିପାଇଁ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି ଯେଉଁସ୍ଥାନ ହଟସ୍ପଟରେ ଆସୁ ନ ଥିବ ସେସବୁ ସ୍ଥାନରେ ଲକ୍‌ଡାଉନ ନିୟମରେ କୋହଳ କରାଯାଇପାରେ। କିନ୍ତୁ ନିୟମ ପାଳନ ନ କଲେ ପୁଣି ପୂର୍ବପରି ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri