ଏପ୍ରିଲ ୩ରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବଣ୍ଟାଯିବ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ସମ୍ବନ୍ଧୀୟ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଆବଶ୍ୟକ ଥିବା ୨,୪୯,୫୪,୧୨୭ ପାଠ୍ୟପୁସ୍ତକ ମଧ୍ୟରୁ ୨,୪୨,୧୪,୭୧୨ ପାଠ୍ୟପୁସ୍ତକ ବିଦ୍ୟାଳୟଗୁଡ଼ିକୁ ବିତରଣ କରାଯାଇଛି। ଯାହାକି ୯୯ ପ୍ରତିଶତ ଅଟେ। ଆସନ୍ତା ଏପ୍ରିଲ ୩ତାରିଖରେ ହେବାକୁ ଥିବା ପ୍ରବେଶ ଉତ୍ସବ ସମୟରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବିତରଣ କରାଯିବାକୁ ସ୍ଥିର ହୋଇଛି। ସେହିପରି ନବମ ଓ ଦଶମ ଶ୍ରେଣୀସ୍ତରରେ ଆବଶ୍ୟକ ପଡ଼ୁଥିବା ପ୍ରାୟ ୮ ଲକ୍ଷ ପାଠ୍ୟପୁସ୍ତକ ମୁଦ୍ରଣ କରାଯାଇ ୨୦ ତାରିଖ ସୁଦ୍ଧା ସମସ୍ତ ବିତରଣକାରୀଙ୍କୁ ଅବଗତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିସହିତ ମାର୍ଚ୍ଚ ୨୪ ତାରିଖରୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟପୁସ୍ତକ ବଣ୍ଟନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ନବମ ଓ ଦଶମ ଶ୍ରେଣୀରେ ପଢ଼ୁଥିବା ପ୍ରାୟ ୨.୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାର୍ଥୀଙ୍କ ପାଇଁ ମାଗଣା ପାଠ୍ୟପୁସ୍ତକ ବିତରଣ ଏହି ସମୟ ମଧ୍ୟରେ କରିବାକୁ ଲକ୍ଷ୍ୟ ରଖାଯାଇଛି। ଚଳିତ ବର୍ଷଠାରୁ ମାଧ୍ୟମିକ ଶିକ୍ଷା ପରିଷଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ନିର୍ଦ୍ଦେଶାଳୟ ବର୍ଷ ତମାମ କାର୍ଯ୍ୟକ୍ରମର ଏକ କ୍ୟାଲେଣ୍ଡର ପ୍ରସ୍ତୁତ କରିବା ପାଇଁ ମନ୍ତ୍ରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଅତିରିକ୍ତ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଶାସନ ସଚିବ ରମେଶ କେର୍‌କେଟା, ଯୁଗ୍ମ ଶାସନ ସଚିବ ପ୍ରତାପ କୁମାର ମିଶ୍ର, ଯୁଗ୍ମ ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଶିକ୍ଷା ପରାମର୍ଶଦାତା ଖଗେନ୍ଦ୍ର କୁମାର ପାଢ଼ୀ, ଉପନିର୍ଦ୍ଦେଶକ ତଥା ଉପଶାସନ ସଚିବ ପ୍ରଣତି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri