ଏପ୍ରିଲ ୫ରୁ ବିଶାଳ ଆର୍ମି ନିଯୁକ୍ତି ମେଳା

ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଆସନ୍ତା ଏପ୍ରିଲ ୫ରୁ୧୬ ଯାଏ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ରାଜ୍ୟର ୧୦ ଜିଲା ଯଥା, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ ଜିଲ୍ଲାର ଇଛୁକ ପ୍ରାର୍ଥୀମାନେ ଏହି ନିଯୁକ୍ତି ମେଳାରେ ଅଂଶଗ୍ରହଣ କରିପାରିବେ। ଆର୍ମି ପକ୍ଷରୁ ୨୦୧୫ ମସିହା ଅକ୍ଟୋବର ପହିଲାରୁ ଉନ୍ମୁକ୍ତ ନିଯୁକ୍ତି ମେଳା ବ୍ୟବସ୍ଥା ପରିବର୍ତ୍ତିତ ହୋଇ ଅନ୍‌ଲାଇନ୍‌ ପଞ୍ଜିକରଣ ଓ ଆବେଦନପତ୍ର ଦାଖଲ ବ୍ୟବସ୍ଥା ଅନୁସୃତ ହୋଇ ଆସୁଛି। ସେଥିପାଇଁ ଏହି ନିଯୁକ୍ତି ମେଳାରେ ଭାଗନେବାକୁ ହେଲେ ପ୍ରାର୍ଥୀମାନେ http://www.joinindianarmy.nic.in ୱେବ୍‌ସାଇଟ୍‌ରେ ନିଜର ନାମ ପ୍ରଥମେ ପଞ୍ଜିକୃତ କରିବେ।
ଫେବୃଆରୀ ୮ରୁ ମାର୍ଚ୍ଚ ୨୩ ମଧ୍ୟରେ ଏହି ପଞ୍ଜିକରଣ ପ୍ରକ୍ରିୟା ଚାଲୁ ରହିବ। ଏହି ଆର୍ମି ନିଯୁକ୍ତି ମେଳାରେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ବଚ୍ଛ ହେବ। ସମସ୍ତ ପ୍ରକ୍ରିୟା ସ୍ବଂୟସମ୍ପୂର୍ଣ୍ଣ ହେବ। ଶାରୀରିକ, ଲିଖିତ ଓ ମେଡିକାଲ ପରୀକ୍ଷାରେ କୌଣସି ମଧ୍ୟସ୍ଥି ସହାୟତା କରିପାରିବେ ନାହିଁ। ତେଣୁ ଦଲାଲ, ଟାଉଟର ବା ମଧ୍ୟସ୍ଥିଙ୍କ ପ୍ରଲୋଭନରେ ନ ପଡିବା ପାଇଁ ନିର୍ଦ୍ଦେଶକ (ନିଯୁକ୍ତି) କର୍ଣ୍ଣେଲ୍‌ ଆଶିଷ୍‌ ମୋହନ ତ୍ରିଖା ସୂଚନା ଦେଇଛନ୍ତି। ଅଧିକରୁ ଅଧିକ ଓଡ଼ିଆ ପିଲାମାନେ ଆର୍ମିରେ ନିଯୁକ୍ତି ପାଇବା ପାଇଁ ଏହି ବିଶାଳ ନିଯୁକ୍ତି ମେଳାର ଉଦ୍ଦେଶ୍ୟ ବୋଲି କର୍ଣ୍ଣେଲ୍‌ ତ୍ରିଖା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର…

ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri