Posted inଖେଳ

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆକୁ ୧୦-୦ ହରାଇଲା ଭାରତ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଗୋଲ ବର୍ଷା କରି ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି। ଅନୁକୂଳ ପାଗ, ମନୋରମ ପରିିବେଶ ଓ ଦର୍ଶକଙ୍କ ଉପସ୍ଥିତିରେ ଆରମ୍ଭରୁ ଉତ୍ସାହୀ ପ୍ରଦର୍ଶନ କରିଥିବା ଭାରତ ୧୦-୦ ଗୋଲରେ ରୁଷିଆକୁ ପରାସ୍ତ କରିଛି। ଫଳରେ ନିଜର ପ୍ରଥମ ମ୍ୟାଚରେ ୩ ପଏଣ୍ଟ ସହିତ ମନପ୍ରୀତ ବାହିନୀ ଆଗକୁ ବଢ଼ିଛି। କଳିଙ୍ଗ ଷ୍ଟାଡିୟମରେ ୧୦-୦ ଗୋଲ ଦ୍ୱିତୀୟ ସର୍ବାଧିକ ଗୋଲ ବ୍ୟବାଧାନ ବିଜୟ। ୨୦୧୮ ଡିସେମ୍ବର ୭ରେ ଅନୁଷ୍ଠିତ ବିଶ୍ୱକପର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ୧୧-୦ ଗୋଲରେ ଚାଇନାକୁ ହରାଇ କଳିଙ୍ଗ ଷ୍ଟାଡିୟମରେ ସର୍ବାଧିକ ଗୋଲ ବ୍ୟବଧାନ ବିଜୟ ରେକର୍ଡର ଅଧିକାରୀ ଅଛି। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତ ବେହେରା ଅତିଥିଭାବେ ଯୋଗଦେଇ ଭାରତୀୟ ଦଳର ନୀଳକାନ୍ତ ଶର୍ମାଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।
ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୫ମ ସ୍ଥାନରେ ଥିବା ଭାରତକୁ ଏଠାରେ ମୁକାବିଲା କରିବାରେ ଅସଫଳ ରହିଥିଲା ୨୨ନମ୍ବର ଦଳ ରୁଷିଆ। ମ୍ୟାଚ ଆରମ୍ଭ ପାଇଁ ରେଫରିଙ୍କ ହ୍ବିସିଲ ବାଜିବାକ୍ଷଣି ଭାରତ ଆକ୍ରମଣ ଆରମ୍ଭ କରିଥିଲା। ଫଳ ସ୍ବରୂପ ୩ୟ ମିନିଟରେ ଭାରତକୁ ପେନାଲ୍ଟି କର୍ନର ମିଳି ଯାଇଥିଲା। ରମଣଦୀପ ସିଂ ବଲ୍‌ ପୁଶ୍‌ କରିଥିବାବେଳେ ହରମନପ୍ରୀତ ସିଂଙ୍କ ଶଟ୍‌ ରୁଷିଆ ଖେଳାଳିଙ୍କ ପାଦରେ ବାଜି ଫେରି ଆସିଥିବା। ଫଳରେ ଭାରତକୁ ଦ୍ୱିତୀୟ ପେନାଲ୍ଟି କର୍ନର ଅଫର ଦିଆ ଯାଇଥିଲା। ଏଥର ମଧ୍ୟ ହରମନପ୍ରୀତ ବିଫଳ ହୋଇଥିଲେ। ଏହି କ୍ବାର୍ଟରରେ ଭାରତ ବଲ୍‌କୁ ରୁଷିଆ ହାଫ୍‌ରେ ରଖି ଘନଘନ ଆକ୍ରମଣ କରିଥିଲା। ଫଳ ସ୍ବରୂପ ୧୩ତମ ମିନିଟରେ ଭାରତ ପାଇଁ ସୁଯେଗ ସୃଷ୍ଟି ହୋଇଥିଲା ଏବଂ ନୀଳକାନ୍ତ ଶର୍ମାଙ୍କ ଫିଲ୍ଡ ଗୋଲ ମାଧ୍ୟମରେ ଭାରତ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ କ୍ବାର୍ଟରରେ ମଧ୍ୟ ଅନୁରୂପ ଖେଳ ଦେଖିବାକୁ ମିିଳିଥିଲା। ରୁଷିଆର ଆକ୍ରମଣକୁ ଭାରତୀୟ ଡିଫେଣ୍ଡରମାନେ ସଫଳତାର ସହିତ ପ୍ରତିହତ କରିଥିଲେ। ଅନ୍ୟପକ୍ଷରେ ଭାରତ ଆଧିପତ୍ୟ ଜାରି ରଖି ଏକାଧିକ ସୁଯୋଗ ସୃଷ୍ଟି କରିଥିଲା। ୧୯ତମ ମିନିଟରେ ସିମରନଜିତ ସିଂ ଗୋଲ ଦେଇ ଭାରତର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇ ଦେଇଥିଲେ। ୨୦ତମ ମିନିଟରେ ଭାରତକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ରମଣଦୀପ ସିଂଙ୍କ ପୁଶ୍‌କୁ ଓଡ଼ିଆ ଖେଳାଳି ଅମିତ ରୋହି ଦାସ ଗୋଲରେ ପରିଣତ କରି ଷ୍ଟାଡିୟମରେ ଉପସ୍ଥିତ ଦର୍ଶକଙ୍କ ମନରେ ଉତ୍ସାହ ଭରି ଦେଇଥିଲେ। ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଭାରତ ୩-୦ ଗୋଲରେ ଅଗ୍ରଣୀ ରହିଥିଲା।
ଦ୍ୱିତୀୟାର୍ଦ୍ଧରେ ରୁଷିଆ ଗୋଲ ପରିଶୋଧ ଚକ୍କରରେ ଥିବାବେଳେ ଭାରତ ଆକ୍ରମଣକୁ ଅଧିକ ଜୋରଦାର କରିଥିଲା। ରୁଷିଆ ଖେଳାଳିମାନେ ଏକାଧିକ ତୃଟି କରିିଥିବାବେଳେ କେବଳ ତୃତୀୟ କ୍ବାର୍ଟରରେ ଭାରତ ୫ଟି ଗୋଲ ସ୍କୋର କରିଥିଲା। ୩୨ତମ ମିନିଟରେ ଭାରତକୁ ମିିଳିଥିବା ପେନାଲ୍ଟି କର୍ନରକୁ ହରମନପ୍ରୀତ ସିଂ ଗୋଲରେ ପରିଣତ କରି ଅଗ୍ରଣୀ ବ୍ୟବଧାନକୁ ୪-୦ରେ ପହଞ୍ଚାଇଥିଲେ। ଏହାର ୨ ମିନିଟ ପରେ ଅର୍ଥାତ୍‌ ୩୪ତମ ମିନିଟରେ ଆଉ ଏକ ପେନାଲ୍ଟି କର୍ନରକୁ ବରୁଣ କୁମାର ଗୋଲରେ ପରିଣତ କରିଥିଲେ। ୩୭ତମ ମିନିଟରେ ସିମରନଜିତ ସିଂଙ୍କ ପାସ୍‌କୁ ଗୁରସାହିବଜିତ ସିଂ ଗୋଲରେ ପରିଣତ କରିଥିବାବେଳେ ୪୨ତମ ମିନିଟରେ ଆକାଶଦୀପ ସିଂ ଏକ ଫିଲ୍ଡ ଗୋଲ ଦେଇଥିଲେ। ରୁଷିଆର ଦୁର୍ଦ୍ଦଶା ଏତିକିରେ ସରି ନ ଥିଲା। ୪୫ତମ ମିନିଟରେ ବିବେକ ପ୍ରସାଦ ଆଉ ଏକ ଗୋଲ ଦେଇ ତୃତୀୟ କ୍ବାର୍ଟର ଶେଷସୁଦ୍ଧା ଭାରତର ଅଗ୍ରଣୀ ବ୍ୟବଧାନକୁ ୮-୦ରେ ପହଞ୍ଚାଇଥିଲେ। ଅନ୍ତିମ କ୍ବାର୍ଟରରେ ମଧ୍ୟ ଭାରତର ଦବ୍‌ଦବା ଜାରି ରହିଥିଲା। ରୁଷିଆ ଗୋଲକିପର ବଦଳାଇ ଇଭାନ ଓଝେରଲେଭଙ୍କୁ ଆଣିଥିଲେ ହେଁ କିଛି ଫରକ ପଡ଼ି ନ ଥିଲା। ୪୮ତମ ମିନିଟରେ ଭାରତକୁ ମିଳିଥିବା ପେନାଲ୍ଟି କର୍ନରକୁ ହରମନପ୍ରୀତ ସିଂ ଗୋଲରେ ପରିଣତ କରିଥିଲେ। ମ୍ୟାଚରେ ଏହାଥିଲା ତାଙ୍କର ଦ୍ୱିତୀୟ ଗୋଲ। ୫୬ତମ ମିନିଟରେ ଆକାଶଦୀପ ବ୍ୟକ୍ତିଗତ ଦ୍ୱିତୀୟ ଓ ଦଳ ପକ୍ଷରୁ ୧୦ମ ଗୋଲ ସ୍କୋର କରିଥିଲେ। ଭାରତ ଶୁକ୍ରବାର ଏହାର ପରବର୍ତ୍ତୀ ମ୍ୟାଚରେ ପୋଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri