ଏଫ୍‌ଆଇଆର୍‌ ପଞ୍ଜୀକୃତ କରି ନ ଥିଲା ଡେରାବିଶ ପୋଲିସ : ୫୦ ହଜାର କ୍ଷତିପୂରଣ ଦେବାକୁ ଗୃହ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଅଭିଯୋଗ ପରେ ଏଫ୍‌ଆଇଆର୍‌ ପଞ୍ଜୀକରଣ କରି ନ ଥିଲା କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ପୋଲିସ। ଏ ସଂକ୍ରାନ୍ତ ପିଟିଶନର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍‌ଆରସି) ତତ୍‌କାଳୀନ ଥାନାଧିକାରୀଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗୃହ ବିଭାଗ ଓ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅଭିଯୋଗକାରିଣୀ ମିତା ଜେନାଙ୍କୁ ୫୦ ହଜାର କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନାନୁଯାୟୀ, ୨୦୧୭ ସେପ୍ଟେମ୍ବର ୨୭ରେ ମିତାଙ୍କ ସ୍ବାମୀ ରାମଚନ୍ଦ୍ର ଜେନା ଏକ ଅପରାଧ ଘଟଣାକୁ ନେଇ ଡେରାବିଶ ଥାନାକୁ ଯାଇଥିଲେ। କିନ୍ତୁ ପୋଲିସ ତାଙ୍କ ଅଭିଯୋଗକୁ ଗ୍ରହଣ ନ କରି ଫେରାଇଦେଇଥିଲା। ଏନେଇ ରାମଚନ୍ଦ୍ର ଡାକଯୋଗେ ତାଙ୍କ ଅଭିଯୋଗକୁ କେନ୍ଦ୍ରାପଡା ଏସ୍‌ପିଙ୍କ ନିକଟକୁ ପଠାଇ ଦେଇଥିଲେ। ଏସ୍‌ପି ଉକ୍ତ ଅଭିଯୋଗକୁ ତତ୍‌କାଳୀନ ଡେରାବିଶ ଥାନା ଅଧିକାରୀ ସୁଧୀର କୁମାର ସାହୁଙ୍କ ନିକଟକୁ ପଠାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଥାନାଧିକାରୀ ଏକ ମିଥ୍ୟା ରିପୋର୍ଟ ଏସ୍‌ପିଙ୍କୁ ପ୍ରଦାନ କରି ଅଭିଯୋଗକୁ ପଞ୍ଜୀକୃତ କରି ନ ଥିଲେ। ଏନେଇ ରାମଚନ୍ଦ୍ରଙ୍କ ସ୍ତ୍ରୀ ମିତା ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ। କମିଶନ କେନ୍ଦ୍ରାପଡା ଏସ୍‌ପିଙ୍କୁ ଏନେଇ ରିପୋର୍ଟ ମାଗିବା ପରେ ୨୦୧୯ ମାର୍ଚ୍ଚ ୩ରେ ଏକ ଅଭିଯୋଗ ପଞ୍ଜୀକୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri