Posted inଖେଳ

ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି: ଭାରତୀୟ ଦଳରେ ୪ ଓଡ଼ିଆ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ନଭେମ୍ବର ୧ ଓ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଖେଳିବ। ପୁରୁଷ ଦଳ କଳିଙ୍ଗରେ ପୂର୍ବରୁ ଅନେକ ଟୁର୍ନାମେଣ୍ଟ ଖେଳି ସାରିଥିବାବେଳେ ମହିଳା ଦଳ ପ୍ରଥମଥରପାଇଁ ଓଡ଼ିଶାରେ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତା ପାଇଁ ଶୁକ୍ରବାର ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷିତ ହୋଇଛି। ଓଡ଼ିଶାର ମୋଟ ୪ ଖେଳାଳି କ୍ୱାଲିଫାୟର୍ସ ଖେଳିବାକୁ ମନୋନୀତ ହୋଇଛନ୍ତି। ମହିଳା ଦଳରେ ଦୀପ୍‌ ଗ୍ରେସ୍‌ ଏକ୍କା, ଲିଲିମା ମିଞ୍ଜ ଓ ନମିତା ଟପ୍ପୋ ସ୍ଥାନ ପାଇଥିବାବେଳେ ପୁରୁଷ ଦଳରେ ସାମିଲ ହୋଇଛନ୍ତି ଅମିତ ରୋହି ଦାସ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କ୍ୟାମ୍ପରେ ସାମିଲ ଥିବା ଅଭିଜ୍ଞ ବୀରେନ୍ଦ୍ର ଲାକ୍ରାଙ୍କୁ ୧୮ ଜଣିଆ ଦଳରୁ ବାଦ୍‌ ଦିଆଯାଇଛି। ମହିଳା ଦଳରେ ସ୍ଥାନ ପାଇଥିବା ୩ ଜଣ ଯାକ ଖେଳାଳି ଦୀପ୍‌ ଗ୍ରେସ, ଲିଲିମା ଓ ନମିତା ପୂର୍ବରୁ ୨୦୧୪ ଇଞ୍ଚତ୍ଅନ ଏସିଆନ ଗେମ୍ସରେ ବ୍ରୋଞ୍ଜ, ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ଏବଂ ୨୦୧୭ରେ ଗିଫୁଠାରେ ଅନୁଷ୍ଠିତ ଏସିଆନ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ଥିଲେ। ଅମିତ ୨୦୧୩ରେ ଇପୋଠାରେ ଅନୁଷ୍ଠିତ ଏସିଆ କପ୍‌ରେ ରୌପ୍ୟ, ୨୦୧୭ରେ ଢାକାରେ ଅନୁଷ୍ଠିତ ଏସିଆ କପ୍‌ରେ ସ୍ବର୍ଣ୍ଣ, ୨୦୧୭ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ଓ୍ବାଲର୍‌ଡ ଲିଗ୍‌ରେ ବ୍ରୋଞ୍ଜ, ୨୦୧୮ ବ୍ରେଡା ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ବ୍ରୋଞ୍ଜ ବିଜୟୀ ଭାରତୀୟ ଦଳ ପକ୍ଷରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri