Posted inଖେଳ

ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ: ଟିକେଟ ବିକ୍ରି ଅର୍ଥ ଓଡ଼ିଶା ସରକାରଙ୍କୁ ଦିଆଯିବ

ଭୁବନେଶ୍ୱର,୩୧।୫(ସ୍ପୋଟର୍‌ସ ବ୍ୟୁରୋ)- ଏଠାରେ ଆୟୋଜନ ହେବାକୁଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସର ଟିକେଟ ବିକ୍ରିରୁ ଉପାର୍ଜିତ ହେବାକୁଥିବା ଅର୍ଥ ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯିବ ବୋଲି ହକି ଇଣ୍ଡିଆ ତରଫରୁ କୁହାଯାଇଛି। ମହାବାତ୍ୟା ଫନୀ ଦ୍ୱାରା ରାଜ୍ୟରେ ବିପୁଳ କ୍ଷୟକ୍ଷତି ହୋଇଛି। ପୁନରୁଦ୍ଧାର କାର୍ଯ୍ୟ ଓ ବାତ୍ୟା ପ୍ରଭାବିତ ଲୋକଙ୍କ ସାହାଯ୍ୟ ପାଇଁ ଏହି ଅର୍ଥ ବ୍ୟୟ କରାଯିବ ବୋଲି କୁହାଯାଇଛି। ଟିକେଟ ବିକ୍ରିରୁ ଲବ୍ଧ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ପ୍ରଦାନ କରାଯିବ ବୋଲି ହକି ଇଣ୍ଡିଆ କହିଛି।
ଫନୀ ଦ୍ୱାର ହୋଇଥିବା କ୍ଷୟକ୍ଷତିକୁ ଦେଖି ଆମେ ଦୁଃଖିତ। ହକିକୁ ଓଡ଼ିଶା ଭଲପାଇବା, ସାହାଯ୍ୟ ସମର୍ଥନ ଦେଇଆସିଛି। ଏବେ ଏହାର ପ୍ରତିଦାନରେ ଆମେ କିଛି କରିବାରୁ ସୁଯୋଗ ପାଇଛୁ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ୍‌ ଅହମ୍ମଦ କହିଛନ୍ତି। ଯେତେ ସମ୍ଭବ ଆମେ ପୁନର୍ଗଠନ କାର୍ଯ୍ୟାରେ ସହାୟତା ପ୍ରଦାନ କରିବୁ। ଉଲ୍ଲେଖଥାଉ କି, ଚଳିତ ମାସ ପ୍ରାରମ୍ଭରେ ମହାବାତ୍ୟା ଫନୀ ଯୋଗୁ ୧୪ଟି ଜିଲା ଓ ୧୫୯ଟି ବ୍ଲକର ପାଖାପାଖି ଦେଢ କୋଟି ଲୋକ ପ୍ରଭାବିତ ହୋଇଥିଲେ। ରାଜ୍ୟରେ ସାଂଘାତିକ କ୍ଷୟକ୍ଷତି ହୋଇଥିଲା। ଏଫ୍‌ଆଇଏଚ୍‌ ହକି ସିରିଜ ଫାଇନାଲ୍ସ ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ଏହି ଟୁର୍ନାମେଣ୍ଟର ସଫଳ ଆୟୋଜନ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବରୁ ଏଠାରେ ବିଶ୍ୱକପ୍‌ ସମେତ ଏକାଧିକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ବେଶ୍‌ ସଫଳତାର ସହ ଆୟୋଜିତ ହୋଇଛି। ତେଣୁ ଓଡ଼ିଶା ଲୋକଙ୍କ ନିକଟରେ ହକି ଓଡ଼ିଶା କୃତଜ୍ଞ ହୋଇରହିବ। ତେଣୁ ଏହି କଷ୍ଟକର ମୁହୂର୍ତ୍ତରେ ମଧ୍ୟ ଓଡ଼ିଶାର ଲୋକେ ସମର୍ଥନ ଜଣାଇବା ମଧ୍ୟ ଏକ ବଡ଼କଥା ବୋଲି ସେ କହିଛନ୍ତି। ଫନୀ ଜନିତ କ୍ଷୟକ୍ଷତି ସତ୍ତ୍ୱେ ଓଡ଼ିଶା ସରକାର ଠିକ ସମୟରେ କଳିଙ୍ଗ ହକି ଷ୍ଟାଡିୟମକୁ ପ୍ରସ୍ତୁତ କରିପାରିଛନ୍ତି। ଏଥିପାଇଁ ଆମେ ସରକାରଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ସେ କହିଛନ୍ତି। ଏହି ଟୁର୍ନାମେଣ୍ଟରେ ଭାରତ ସମେତ ପୋଲାଣ୍ଡ, ରୁଷିଆ, ଉଜ୍‌ବେକିସ୍ତାନ, ଦକ୍ଷିଣ ଆଫ୍ରିକା, ଏସିଆନ ଗେମ୍ସ ସ୍ବର୍ଣ୍ଣପଦକ ବିଜେତା ଜାପାନ, ଆମେରିକା ଓ ମେକ୍ସିକୋ ଅବତୀର୍ଣ୍ଣ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri