Posted inଖେଳ

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭୁବନେଶ୍ୱର ଆସିବ ବେଲଜିୟମ

ଭୁବନେଶ୍ୱର, ୫।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତ ଏହାର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ବିଶ୍ୱ ଚାମ୍ପିୟନ ବେଲଜିୟମ ସହିତ ଖେଳିବ। ଚଳିତ ମାସ ୮ ଓ ୯ ତାରିଖରେ ଏହା କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ୨୦୧୮ରେ ଏହି କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ ଟାଇଟଲ ହାସଲ କରିଥିବା ବେଲଜିୟମ ନିଜ ସ୍ମରଣୀୟ ଭେନ୍ୟୁରେ ମ୍ୟାଚ ଖେଳିବା ପାଇଁ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଗତବର୍ଷ ପ୍ରୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଭାରତ ଖେଳି ନ ଥିଲା। ଦ୍ୱିତୀୟ ସଂସ୍କରଣରେ ଦଳ ଉଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ନେଦରଲାଣ୍ଡ୍ସକୁ ହରାଇ ଅଭିଯାନ ଆରମ୍ଭ କରିଛି। ଜାନୁୟାରୀ ୧୮ ତାରିଖରେ ପ୍ରଥମ ମ୍ୟାଚରେ ଭାରତ ୫-୨ ଗୋଲରେ ବିଜୟୀ ହୋଇଥିବାବେଳେ ୧୯ ତାରିଖ ଦ୍ୱିତୀୟ ମ୍ୟାଚ ନିର୍ଦ୍ଧାରିତ ସମୟରେ ୩-୩ ଗୋଲରେ ବରାବର ରହିବାପରେ ଶୁଟ୍‌ ଆଉଟରେ ଘରୋଇ ଦଳ ୩-୧ ଗୋଲରେ ବିଜୟୀ ହୋଇଥିଲା।
ପ୍ରକାଶ ଯୋଗ୍ୟ ଯେ, ବିଶ୍ୱର ବିଭିନ୍ନ ସ୍ଥାନରେ ହକି ପ୍ରୋ ଲିଗ୍‌ ମ୍ୟାଚ ଅନୁଷ୍ଠିତ ହେଉଛି। ଜାନୁୟାରୀ ୨୪ରେ ଭାଲେନ୍ସିଆରେ ସ୍ପେନ-ଜର୍ମାନୀ ମ୍ୟାଚ ୨-୨ ଗୋଲରେ ଶେଷ ହେବାପରେ ଶୁଟ୍‌ ଆଉଟରେ ଜର୍ମାନୀ ୪-୩ ଗୋଲରେ ବିଜୟୀ ହୋଇଥିଲା। ୨୫ରେ ଭାଲେନ୍ସିଆରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଜର୍ମାନୀ ୫-୧ ଗୋଲ ବ୍ୟବଧାନରେ ବିଜୟୀ ହୋଇ ଆଗକୁ ବଢ଼ିଛି। ୨୫ରେ ସିଡ୍‌ନୀରେ ଅନୁଷ୍ଠିତ ଅଷ୍ଟ୍ରେଲିଆ-ବେଲଜିୟମ ମ୍ୟାଚ ୨-୨ ଗୋଲରେ ବରାବର ରହିଥିଲା। ଶୁଟ୍‌ଆଉଟରେ ବେଲଜିୟମ ୪-୨ ଗୋଲରେ ବିଜୟୀ ହୋଇଥିଲା। ୨୬ରେ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ବେଲଜିୟମ ୪-୨ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ୩୧ ତାରିଖରେ ଭାଲେନ୍ସିଆରେ ଅନୁଷ୍ଠିତ ମ୍ୟାଚରେ ନେଦରଲାଣ୍ଡ୍ସ ୪-୩ ଗୋଲରେ ସ୍ପେନକୁ ପରାସ୍ତ କରିଥିଲା। ଫେବୃୟାରୀ ୧ରେ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ମଧ୍ୟ ନେଦରଲାଣ୍ଡ୍ସ ୪-୨ ଗୋଲରେ ବିଜୟୀ ହୋଇଥିଲା। ଫେବୃୟାରୀ ୧ରେ ସିଡ୍‌ନୀରେ ଅନୁଷ୍ଠିତ ଅଷ୍ଟ୍ରେଲିଆ-ଗ୍ରେଟ ବ୍ରିଟେନ ମ୍ୟାଚ ୪-୪ ଗୋଲରେ ଶେଷ ହୋଇଥିଲା। ଶୁଟ୍‌ ଆଉଟରେ ଅଷ୍ଟ୍ରେଲିଆ ୩-୧ ଗୋଲରେ ବିଜୟୀ ହୋଇଥିଲା। ୨ ତାରିଖରେ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଅଷ୍ଟ୍ରେଲିଆ ୫-୧ ଗୋଲରେ ବ୍ରିଟେନକୁ ମାତ୍‌ ଦେଇଥିଲା। ଫେବୃୟାରୀ ୧ରେ ଅକ୍‌ଲାଣ୍ଡରେ ଅନୁଷ୍ଠିତ ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡକୁ ବେଲ୍‌ଜିୟମ ୬-୨ ଗୋଲରେ ପରାସ୍ତ କରିଥିଲା। ୨ ତାରିଖରେ ଦ୍ୱିତୀୟ ମ୍ୟାଚରେ ବେଲଜିୟମ ୩-୧ ଗୋଲରେ ବିଜୟୀ ହୋଇଥିଲା। ଅର୍ଥାତ୍‌ ଭାରତକୁ ଭେଟିବା ପୂର୍ବରୁ ବେଲଜିୟମ ଶକ୍ତିଶାଳୀ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମର ଘରୋଇ ପରିବେଶରେ କଡ଼ା ଟକ୍କର ଦେବାକୁ ଭାରତ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri