Posted inଖେଳ

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ:ଦକ୍ଷିଣ ଆଫ୍ରିକା ୬-୦ରେ ବିଜୟୀ

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ଶେଷ ଲିଗ୍‌ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬-୦ ଗୋଲରେ ଦୁର୍ବଳ ମେକ୍ସିକୋକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚରୁ ୧ ବିଜୟ ସହ ଏହି ଦଳ କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ଦକ୍ଷିଣ ଆଫ୍ରିକା ୬ ଗୋଲ ଦେଇଥିବାବେଳେ ୪ ବରଣ କରିଛି। ଅନ୍ୟପକ୍ଷରେ ୩ ପରାଜୟ ସହ ମେକ୍ସିକୋର ଅଭିଯାନ ଶେଷ ହୋଇଛି। ଏହି ଦଳ ଏବେ ୭-୮ ସ୍ଥାନ ପାଇଁ ପ୍ଲେସିଂ ମ୍ୟାଚ ଖେଳିବ। ମେକ୍ସିକୋ ଲିଗ୍‌ ପର୍ଯ୍ୟାୟରେ ମାତ୍ର ୧ ଗୋଲ ଦେଇଥିବାବେଳେ ୧୮ ଗୋଲ ବରଣ କରିଛି।
ନିଜର ପ୍ରଥମ ୨ ମ୍ୟାଚରେ ଆମେରିକାଠାରୁ ୦-୨ ଓ ଜାପାନଠାରୁ ୦-୨ ଗୋଲରେ ହାରିଥିବା ଦକ୍ଷିଣ ଆଫ୍ରିକା ଏହି ମ୍ୟାଚରେ ପ୍ରଭାବ ବିସ୍ତାର କରି ଖେଳିଥିଲା। ଆରମ୍ଭରୁ ଆକ୍ରମଣାତ୍ମକ ରଣନୀତି ଅବଲମ୍ବନ କରିଥିବା ଏହି ଦଳ ମ୍ୟାଚର ୧ମ ମିନିଟରେ ହିଁ ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟିି କରିଥିଲା। ମାଥ୍ୟୁ ବ୍ରାଉନ୍‌ ଏହାକୁଗୋଲରେ ପରିଣତ କରି ଦକ୍ଷିଣ ଆଫ୍ରିକାକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟ କ୍ବାର୍ଟରର ଅଧିକାଂଶ ସମୟରେ ମଧ୍ୟ ବଲ୍‌କୁ ମେକ୍ସିକୋ ହାଫ୍‌ରେ ରଖିଥିଲା ଦକ୍ଷିଣ ଆଫ୍ରିକା। ୧୭ତମ ମିନିଟରେ ନିକୋଲାସ ସ୍ପୁନରଙ୍କ ପେନାଲ୍ଟି କର୍ନର ଗୋଲ ସହାୟତାରେ ଏହି ଦଳ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ୨-୦ ଗୋଲରେ ଅଗ୍ରଣୀ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ମଧ୍ୟ ମେକ୍ସିକୋ ପ୍ରତିପକ୍ଷ ଦଳର ସମକକ୍ଷ ପ୍ରଦର୍ଶନ କରିପାରିି ନ ଥିଲା। ତୃତୀୟ କ୍ବାର୍ଟର ଆରମ୍ଭର ୨ୟ ମିନିଟରେ ଅର୍ଥାତ୍‌ ୩୨ତମ ମିନିଟରେ ଏନ୍‌କୋବିଲ ଏନ୍‌ଟୁଲି ଫିଲ୍ଡ ଗୋଲ ଦେଇ ଦକ୍ଷିଣ ଆଫ୍ରିକା ଅଗ୍ରଣୀ ବ୍ୟବଧାନକୁ ବଢ଼ାଇଥିଲେ। ଅନ୍ତିମ କ୍ବାର୍ଟରରେ ଅସହାୟ ମେକ୍ସିକୋ ବିପକ୍ଷରେ ୩ ଗୋଲ ଦେଇଥିଲା ଆଫ୍ରିକୀୟ ଦଳ। ୫୦ତମ ମିନିଟରେ ଅଷ୍ଟିନ ସ୍ମିଥ୍‌ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିଥିବାବେଳେ ୫୩ତମ ମିନିଟରେ ରିଚାର୍ଡ ପଜ୍‌ ଏକ ଫିଲ୍ଡ ଗୋଲ ଦେଇଥିଲେ। ୫୮ତମ ମିନିଟରେ ଅଧିନାୟକ କିନାନ୍‌ ହର୍ନ ଆଉ ଏକ ଗୋଲ ଦେଇ ଦକ୍ଷିଣ ଆଫ୍ରିକାର ଅଗ୍ରଣୀ ବ୍ୟବଧାନକୁ ୬-୦ରେ ପହଞ୍ଚାଇ ଦେଇଥିଲେ। ମହିଳା ଓ ଶିଶୁକଲ୍ୟାଣ ବିଭାଗ ମନ୍ତ୍ରୀ ଟୁକୁନୀ ସାହୁ ଅତିଥିଭାବେ ଯୋଗଦେଇ ଦକ୍ଷିଣ ଆଫ୍ରିକାର ଏନକୋବିଲ ଏନ୍‌ଟୁଲିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri