ଏଫ୍‌ଇଏସ୍‌ ଦେଲା ସୁରକ୍ଷା ସାମଗ୍ରୀ

ଅନୁଗୋଳ ଅଫିସ, ୨୮।୪

କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍‌ ଇକୋଲୋଜିକାଲ ସିକ୍ୟୁରିଟି (ଏଫ୍‌ଇଏସ୍‌)। ସୋମବାର ଅନୁଷ୍ଠାନ ପକ୍ଷରୁ ୨୫୦ଟି ବ୍ୟକ୍ତିଗତ ସୁରକ୍ଷା କିଟ୍‌ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି, ଏଡିଏମ୍‌ ତପନ ଶତପଥୀ ଓ ସନ୍ତୋଷ କୁମାର ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରତାପ ପ୍ରଧାନ, ଜିଲା ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରଦୋଶ ଶତପଥୀ ପ୍ରମୁଖଙ୍କ ଉପସ୍ଥିତିରେ ଜିଲା କାର୍ଯ୍ୟାଳୟ ଠାରେ ଏଫ୍‌ଇଏସ୍‌ର ଟିମ୍‌ ଲିଡର ସ୍ବପ୍ନା ଷଡ଼ଙ୍ଗୀ ସମସ୍ତ ସୁରକ୍ଷା କିଟ୍‌ ଜିଲା ପ୍ରଶାସନକୁ ପ୍ରଦାନ କରିଥିଲେ। ଏଥିସହିତ ପଞ୍ଚାୟତସ୍ତରରେ ସଙ୍ଗରୋଧ ଗୃହ ଗୁଡ଼ିକର ପରିଚାଳନା ଦାୟିତ୍ୱରେ ଥିବା କର୍ମକର୍ତ୍ତାମାନଙ୍କ ପାଇଁ ୬୫୦୦ ମାସ୍କ ଓ ୩୦୦ ସାନିଟାଇଜର ମଧ୍ୟ ଜିଲା ପ୍ରଶାସନଙ୍କୁ ଯୋଗାଇ ଦିଆଯାଇଥିଲା। ଏହା ପୂର୍ବରୁ ଏଫ୍‌ଇଏସ୍‌ ପକ୍ଷରୁ ଅନୁଗୋଳ ମ୍ୟୁନିସିପାଲିଟିର ସମସ୍ତ ସଫେଇ କର୍ମଚାରୀଙ୍କୁ ମାସ୍କ, ଗ୍ଲୋବ୍‌ସ ଓ ସାନିଟାଇଜର ଦିଆଯାଇଥିବାବେଳେ ସହରାଞ୍ଚଳର ଗରିବ ପରିବାରକୁ ସପ୍ତାହ ଚଳିବା ପାଇଁ ରାଶନ ଓ ରନ୍ଧା ଖାଦ୍ୟ ମଧ୍ୟ ବଣ୍ଟନ କରାଯାଉଛି। ଏଫ୍‌ଇଏସ୍‌ର ରଞ୍ଜନ କୁମାର ଧୀରସାମନ୍ତ, ମାୟାଧର ମିଶ୍ର ଓ ଦ୍ରୋଣ ଚନ୍ଦ୍ରାକାର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri