ଏଫ୍‌ଇଏସ୍‌ ଦେଲା ସୁରକ୍ଷା ସାମଗ୍ରୀ

ଅନୁଗୋଳ ଅଫିସ, ୨୮।୪

କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍‌ ଇକୋଲୋଜିକାଲ ସିକ୍ୟୁରିଟି (ଏଫ୍‌ଇଏସ୍‌)। ସୋମବାର ଅନୁଷ୍ଠାନ ପକ୍ଷରୁ ୨୫୦ଟି ବ୍ୟକ୍ତିଗତ ସୁରକ୍ଷା କିଟ୍‌ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି, ଏଡିଏମ୍‌ ତପନ ଶତପଥୀ ଓ ସନ୍ତୋଷ କୁମାର ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରତାପ ପ୍ରଧାନ, ଜିଲା ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରଦୋଶ ଶତପଥୀ ପ୍ରମୁଖଙ୍କ ଉପସ୍ଥିତିରେ ଜିଲା କାର୍ଯ୍ୟାଳୟ ଠାରେ ଏଫ୍‌ଇଏସ୍‌ର ଟିମ୍‌ ଲିଡର ସ୍ବପ୍ନା ଷଡ଼ଙ୍ଗୀ ସମସ୍ତ ସୁରକ୍ଷା କିଟ୍‌ ଜିଲା ପ୍ରଶାସନକୁ ପ୍ରଦାନ କରିଥିଲେ। ଏଥିସହିତ ପଞ୍ଚାୟତସ୍ତରରେ ସଙ୍ଗରୋଧ ଗୃହ ଗୁଡ଼ିକର ପରିଚାଳନା ଦାୟିତ୍ୱରେ ଥିବା କର୍ମକର୍ତ୍ତାମାନଙ୍କ ପାଇଁ ୬୫୦୦ ମାସ୍କ ଓ ୩୦୦ ସାନିଟାଇଜର ମଧ୍ୟ ଜିଲା ପ୍ରଶାସନଙ୍କୁ ଯୋଗାଇ ଦିଆଯାଇଥିଲା। ଏହା ପୂର୍ବରୁ ଏଫ୍‌ଇଏସ୍‌ ପକ୍ଷରୁ ଅନୁଗୋଳ ମ୍ୟୁନିସିପାଲିଟିର ସମସ୍ତ ସଫେଇ କର୍ମଚାରୀଙ୍କୁ ମାସ୍କ, ଗ୍ଲୋବ୍‌ସ ଓ ସାନିଟାଇଜର ଦିଆଯାଇଥିବାବେଳେ ସହରାଞ୍ଚଳର ଗରିବ ପରିବାରକୁ ସପ୍ତାହ ଚଳିବା ପାଇଁ ରାଶନ ଓ ରନ୍ଧା ଖାଦ୍ୟ ମଧ୍ୟ ବଣ୍ଟନ କରାଯାଉଛି। ଏଫ୍‌ଇଏସ୍‌ର ରଞ୍ଜନ କୁମାର ଧୀରସାମନ୍ତ, ମାୟାଧର ମିଶ୍ର ଓ ଦ୍ରୋଣ ଚନ୍ଦ୍ରାକାର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri