ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ: ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ପାଇଁ ପ୍ରଶିକ୍ଷଣ ଶିବିର

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ଏବଂ ସାଧାରଣ ପାଠ୍ୟ ଖସଡ଼ା ଆଧାରରେ ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ଉପରେ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବ୍ୟାଙ୍କ ପ୍ରାୟୋଜିତ ଏବଂ ଓଡ଼ିଶା ଉଚ୍ଚଶିକ୍ଷା ପରିଷଦ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରକୁ କୁଳପତି ପ୍ରଫେସର ମଧୁମିତା ଦାସ ଉଦଘାଟନ କରିଥିଲେ। ସର୍ବପ୍ରଥମେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା।
ପ୍ରଥମ ଅଧିବେଶନରେ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ବର୍ତ୍ତମାନର ଉଚ୍ଚଶିକ୍ଷା ପରିଷଦର ବରିଷ୍ଠ ସଭ୍ୟ ପ୍ରଫେସର ଶିବପ୍ରସାଦ ଅଧିକାରୀ ମୁଖ୍ୟଅତିଥି ରୂପେ ଯୋଗଦେଇ ଉପରୋକ୍ତ ବିଷୟ ଉପରେ ପ୍ରଶିକ୍ଷଣ ଦେଇଥିଲେ। କାର୍ଯ୍ୟକ୍ରମର ନୋଡ଼ାଲ ଅଫିସର ପ୍ରାଧ୍ୟାପକ ଡ. ରମାକାନ୍ତ ଦାସ ସ୍ବାଗତଭାଷଣ ପ୍ରଦାନ କରିଥିଲେ। ପ୍ରଶିକ୍ଷଣ ସଂଯୋଜକ ଭାବେ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ସଚ୍ଚିଦାନନ୍ଦ ଦେହୁରୀ, ଆଇଡ଼ିପି ସଂଯୋଜକ ପ୍ରଫେସର ଦେବୀପ୍ରସନ୍ନ ମିଶ୍ର ପ୍ରମୁଖ ସେମାନଙ୍କ ଅଭିମତ ରଖିଥିଲେ। ରିସୋର୍ସପର୍ସନ ଭାବେ ପ୍ରଫେସର ଅଧିକାରୀ ଶିବିରରେ ଉପସ୍ଥିତ ଥିବା ୯୦ରୁ ଅଧିକ ସ୍ନାତକ ମହାବିଦ୍ୟାଳୟରୁ ଉପସ୍ଥିତ ପ୍ରାୟ ୨ଶହ ଜଣ ଅଧ୍ୟକ୍ଷ, ପ୍ରାଧ୍ୟାପକ, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।
ଦ୍ୱିତୀୟ ଅଧିବେଶନରେ ବାଲେଶ୍ୱରର ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରାଧ୍ୟାପକ ଡ. ସୀତାଂଶୁ କୁମାର ସାମଲ ଉପସ୍ଥିତ ରହି ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ସମ୍ପର୍କରେ ଆଲୋକପାତ କରିଥିଲେ। ଉପପରୀକ୍ଷା ନିୟନ୍ତ୍ରକ ଡ. ଆର୍ତ୍ତବନ୍ଧୁ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଶିବିରର ଦ୍ୱିତୀୟ ଦିନର ପ୍ରଥମ ଅଧିବେଶନକୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ବର୍ତ୍ତମାନ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ଉଦ୍‌ଘାଟନ କରିଥିଲେ। ଉକ୍ତ ଦିବସରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ସୁଶାନ୍ତ କୁମାର ଦାସ ସାଧାରଣ ପାଠ୍ୟ ଖସଡ଼ା ଆଧାରରେ ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ଉପରେ ଆଲୋକପାତ କରିଥିଲେ। ବିଭିନ୍ନ ମହାବିଦ୍ୟାଳୟରୁ ନିମନ୍ତ୍ରିତ ହୋଇ ଆସିଥିବା ଅଧ୍ୟକ୍ଷ, ଅଧ୍ୟାପକ ଏବଂ କର୍ମଚାରୀମାନେ ନିଜସ୍ବ ମତ ରଖିଥିଲେ। ଏହି ତାଲିମ ଶିବିରକୁ ବିଶ୍ୱବିଦ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri