ଏଫ୍‌ଡିଆଇକୁ ୪ ଶ୍ରମିକ ସଙ୍ଗଠନର ବିରୋଧ: କୋଇଲା ଉତ୍ତୋଳନ, ପରିବହନ ଠପ୍‌

ତାଳଚେର,୨୫ା୯(ନି.ପ୍ର.)- କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ (ଏଫ୍‌ଡିଆଇ)କୁ ବିରୋଧ ସହ ତୁରନ୍ତ ଏହାକୁ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ୪ ଗୋଟି ଶ୍ରମିକ ସଙ୍ଗଠନ ପକ୍ଷରୁ ତାଳଚେରରେ ଖଣିବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ, କଣିହଁା ସମେତ ୯ ଗୋଟି ଖଣିରୁ କୋଇଲା ଉତ୍ତୋଳନ, ପରିବହନ ଠପ୍‌ ହୋଇଯାଇଛି।
ସକାଳୁ ଆଇଏନ୍‌ଟିୟୁସି, ବିଏମ୍‌ଏସ୍‌, ଏଚ୍‌ଏମ୍‌ଏସ୍‌, ଏଆଇଟିୟୁସି ଆନ୍ଦୋଳନକାରୀ ବିଭିନ୍ନ କୋଇଲା ଖଣିର ଜେନେରାଲ ମ୍ୟାନେଜରଙ୍କ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ ଅଫିସ, ଟାଇମ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଖଣି କାର୍ଯ୍ୟ ବନ୍ଦ କରାଇଛନ୍ତି। ଫଳରେ ଏମ୍‌ସିଏଲ୍‌ର ଏଠାରେ ଥିବା ସମସ୍ତ ୯ ଗୋଟି ଖଣିରୁ କୋଇଲା ଉତ୍ତୋଳନ ଓ ପରିବହନ ବନ୍ଦ ରହିଛି। ଆଇଏନ୍‌ଟିୟୁସିର ସାଧାରଣ ସମ୍ପାଦକ ସୌଭାଗ୍ୟ ପ୍ରଧାନ, ବିଏମ୍‌ଏସ୍‌ର ସାଧାରଣ ସମ୍ପାଦକ ସଞ୍ଜୟ ମାଝି, ଏଚ୍‌ଏମ୍‌ଏସ୍‌ ସାଧାରଣ ସମ୍ପାଦକ ଶଙ୍କର ପ୍ରସାଦବେହେରା, ଏଆଇଟିୟୁସି ସଦସ୍ୟଗଣ, କୋଇଲା ମହାସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ବାଦଲ ମହାରଣା, ଅରୁଣ କୁମାର ପ୍ରଧାନ, ବିଜୟ କୁମାର ସାହୁ ପ୍ରମୁଖ ବିଭିନ୍ନ ସ୍ଥାନରେ ଆନ୍ଦୋଳନର ନେତୃତ ୍ବନେଉଛନ୍ତି।
ଅପରପକ୍ଷରେ ଏମ୍‌ସିଏଲ୍‌ ପକ୍ଷରୁ ଏହି ଆନ୍ଦୋଳନକୁ ବେଆଇନ ବୋଲି ଦର୍ଶାଯାଇଛି। ତାଳଚେର ଓ ଇବ୍‌ଭ୍ୟାଲିରେ ଥିବା ୧୯ଟି କୋଇଲା ଖଣି ମଧ୍ୟରୁ ୯ଟି ଚାଲୁ ରହିଛି। ଶ୍ରମିକମାନେ ଆନ୍ଦୋଳନରେ ସାମିଲ ନ ହୋଇ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଏମ୍‌ସିଏଲ୍‌ର ସିଏମ୍‌ଡି ବି.ଏନ. ଶୁକ୍ଳା ଅନୁରୋଧ କରିଛନ୍ତି। ଏହି ଆନ୍ଦୋଳନ ଯୋଗୁ ଏମ୍‌ସିଏଲ୍‌ର ୨.୪୪ ଲକ୍ଷ ଟନ କୋଇଲା ଉତ୍ପାଦନ ବାଧାପ୍ରାପ୍ତ ହୋଇଛି ବୋଲି ଏମ୍‌ସିଏଲ୍‌ ଏକ ପ୍ରେସ୍‌ ବିବୃତିରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri