ଏଫ୍‌ଡିଆଇକୁ ୪ ଶ୍ରମିକ ସଙ୍ଗଠନର ବିରୋଧ: କୋଇଲା ଉତ୍ତୋଳନ, ପରିବହନ ଠପ୍‌

ତାଳଚେର,୨୫ା୯(ନି.ପ୍ର.)- କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ (ଏଫ୍‌ଡିଆଇ)କୁ ବିରୋଧ ସହ ତୁରନ୍ତ ଏହାକୁ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ୪ ଗୋଟି ଶ୍ରମିକ ସଙ୍ଗଠନ ପକ୍ଷରୁ ତାଳଚେରରେ ଖଣିବନ୍ଦ ଆନ୍ଦୋଳନ କରାଯାଇଛି। ଫଳରେ ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ, କଣିହଁା ସମେତ ୯ ଗୋଟି ଖଣିରୁ କୋଇଲା ଉତ୍ତୋଳନ, ପରିବହନ ଠପ୍‌ ହୋଇଯାଇଛି।
ସକାଳୁ ଆଇଏନ୍‌ଟିୟୁସି, ବିଏମ୍‌ଏସ୍‌, ଏଚ୍‌ଏମ୍‌ଏସ୍‌, ଏଆଇଟିୟୁସି ଆନ୍ଦୋଳନକାରୀ ବିଭିନ୍ନ କୋଇଲା ଖଣିର ଜେନେରାଲ ମ୍ୟାନେଜରଙ୍କ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ ଅଫିସ, ଟାଇମ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଖଣି କାର୍ଯ୍ୟ ବନ୍ଦ କରାଇଛନ୍ତି। ଫଳରେ ଏମ୍‌ସିଏଲ୍‌ର ଏଠାରେ ଥିବା ସମସ୍ତ ୯ ଗୋଟି ଖଣିରୁ କୋଇଲା ଉତ୍ତୋଳନ ଓ ପରିବହନ ବନ୍ଦ ରହିଛି। ଆଇଏନ୍‌ଟିୟୁସିର ସାଧାରଣ ସମ୍ପାଦକ ସୌଭାଗ୍ୟ ପ୍ରଧାନ, ବିଏମ୍‌ଏସ୍‌ର ସାଧାରଣ ସମ୍ପାଦକ ସଞ୍ଜୟ ମାଝି, ଏଚ୍‌ଏମ୍‌ଏସ୍‌ ସାଧାରଣ ସମ୍ପାଦକ ଶଙ୍କର ପ୍ରସାଦବେହେରା, ଏଆଇଟିୟୁସି ସଦସ୍ୟଗଣ, କୋଇଲା ମହାସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ବାଦଲ ମହାରଣା, ଅରୁଣ କୁମାର ପ୍ରଧାନ, ବିଜୟ କୁମାର ସାହୁ ପ୍ରମୁଖ ବିଭିନ୍ନ ସ୍ଥାନରେ ଆନ୍ଦୋଳନର ନେତୃତ ୍ବନେଉଛନ୍ତି।
ଅପରପକ୍ଷରେ ଏମ୍‌ସିଏଲ୍‌ ପକ୍ଷରୁ ଏହି ଆନ୍ଦୋଳନକୁ ବେଆଇନ ବୋଲି ଦର୍ଶାଯାଇଛି। ତାଳଚେର ଓ ଇବ୍‌ଭ୍ୟାଲିରେ ଥିବା ୧୯ଟି କୋଇଲା ଖଣି ମଧ୍ୟରୁ ୯ଟି ଚାଲୁ ରହିଛି। ଶ୍ରମିକମାନେ ଆନ୍ଦୋଳନରେ ସାମିଲ ନ ହୋଇ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଏମ୍‌ସିଏଲ୍‌ର ସିଏମ୍‌ଡି ବି.ଏନ. ଶୁକ୍ଳା ଅନୁରୋଧ କରିଛନ୍ତି। ଏହି ଆନ୍ଦୋଳନ ଯୋଗୁ ଏମ୍‌ସିଏଲ୍‌ର ୨.୪୪ ଲକ୍ଷ ଟନ କୋଇଲା ଉତ୍ପାଦନ ବାଧାପ୍ରାପ୍ତ ହୋଇଛି ବୋଲି ଏମ୍‌ସିଏଲ୍‌ ଏକ ପ୍ରେସ୍‌ ବିବୃତିରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ: ୬ ବରିଷ୍ଠ ଅଧିକାରୀ ସସପେଣ୍ଡ

ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ସମୟରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ ଆୟୋଗ । ଆଗ୍ରା…

‘It’s Done, Broooo!’ ଖାର୍ଗେଙ୍କ ବୟାନ ପରେ ଭାଜପାର କଟାକ୍ଷ, ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବିବାଦୀୟ ମନ୍ତବ୍ୟ ପରେ ରାଜନୈତିକ ମାହୋଲ ସରଗରମ ହୋଇଛି । ଏହି ପ୍ରସଙ୍ଗକୁ…

ପୂର୍ବଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର କୁମାର ପୂର୍ଣ୍ଣମୀ ସାରେ କାଳୁ ଗୌଡ଼(୪୧) ନାମକ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭଞ୍ଜନଗର ଉପଜିଲ୍ଲାପାଳ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ଖୁସି ଖବର: ଏହି ୨ ଖେଳାଳି…

ନୂଆଦିଲ୍ଲୀ,୨୬।୧୦: ଭାରତୀୟ କ୍ରିକେଟ ଦଳର ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ଏବଂ ଉଇକେଟକିପର-ବ୍ୟାଟର ଋଷଭ ପନ୍ତ ଏବେ ବେଙ୍ଗାଲୁରୁସ୍ଥିତ ସେଣ୍ଟର…

‘ଡୋର୍‌-ଟୁ-ଡୋର୍‌ ସର୍ଭେ’ ଆରମ୍ଭ, ଯୋଗଦେଲେ ଉପଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୌରାଞ୍ଚଳରେ ସୋମବାରଠାରୁ ‘ଡୋର୍‌-ଟୁ-ଡୋର୍‌ ସର୍ଭେ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗେଦଲ ନାଇଡୁପାଲମ ଗ୍ରାମରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?