Posted inଖେଳ

ଏଫ୍‌ସି ଗୋଆ ସହ ଆହୁରି ୨ବର୍ଷ ରହିବେ ବେଡିଆ

ପଣଜୀ, ୯ା୬ (ପି.ଟି.)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ଏଫ୍‌ସି ଗୋଆ ଏଡୁ ବେଡିଆଙ୍କ ସହ ଚୁକ୍ତି ନବୀକରଣ କରିଛି। ଫଳରେ ଏହି ସ୍ପେନ୍‌ ଫୁଟ୍‌ବଲର ଦଳ ସହିତ ୨୦୨୨ ପର୍ଯ୍ୟନ୍ତ ରହିବେ। ଆଇଏସ୍‌ଏଲ ସିଜନ ଆରମ୍ଭରେ ୨୦୧୭/୧୮ରେ ରିଅଲ ଜାରାଗୋଜା ଟିମ୍‌ରୁ ବେଡିଆଙ୍କୁ ଆଣିବା ପରଠାରୁ ସେ ଦଳର ଜଣେ ପ୍ରମୁଖ ଖେଳାଳି ରହି ଆସିଛନ୍ତି। ଆଇଏସ୍‌ଏଲ୍‌ର ତିନୋଟି ସିଜନରେ ବେଡିଆ ଏଫ୍‌ସି ଗୋଆ ତରଫରୁ ୫୧ ମ୍ୟାଚ ଖେଳିଛନ୍ତି। ସେ ୯ଟି ଗୋଲ ସ୍କୋର କରିଥିବାବେଳେ ୯ଟି ଗୋଲ୍‌ରେ ସହାୟକ ହୋଇଛନ୍ତି। ଏଫ୍‌ସି ଗୋଆର ଫୁଟ୍‌ବଲ ନିର୍ଦ୍ଦେଶକ ରବି ପୁଷ୍କର କହିଛନ୍ତି ମିଡ୍‌ଫିଲ୍ଡର ବେଡିଆ ଆମ ଦଳର ଜଣେ ପ୍ରମୁଖ ଖେଳାଳି ରହି ଆସିଛନ୍ତି। ଭବିଷ୍ୟତରେ ମଧ୍ୟ ସେ ଦଳର ପ୍ରଦର୍ଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ବୋଲି ଆମର ଦୃଢବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri