Posted inଖେଳ

ଏଫ୍‌ସି ଗୋଆ ସହ ଆହୁରି ୨ବର୍ଷ ରହିବେ ବେଡିଆ

ପଣଜୀ, ୯ା୬ (ପି.ଟି.)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ଏଫ୍‌ସି ଗୋଆ ଏଡୁ ବେଡିଆଙ୍କ ସହ ଚୁକ୍ତି ନବୀକରଣ କରିଛି। ଫଳରେ ଏହି ସ୍ପେନ୍‌ ଫୁଟ୍‌ବଲର ଦଳ ସହିତ ୨୦୨୨ ପର୍ଯ୍ୟନ୍ତ ରହିବେ। ଆଇଏସ୍‌ଏଲ ସିଜନ ଆରମ୍ଭରେ ୨୦୧୭/୧୮ରେ ରିଅଲ ଜାରାଗୋଜା ଟିମ୍‌ରୁ ବେଡିଆଙ୍କୁ ଆଣିବା ପରଠାରୁ ସେ ଦଳର ଜଣେ ପ୍ରମୁଖ ଖେଳାଳି ରହି ଆସିଛନ୍ତି। ଆଇଏସ୍‌ଏଲ୍‌ର ତିନୋଟି ସିଜନରେ ବେଡିଆ ଏଫ୍‌ସି ଗୋଆ ତରଫରୁ ୫୧ ମ୍ୟାଚ ଖେଳିଛନ୍ତି। ସେ ୯ଟି ଗୋଲ ସ୍କୋର କରିଥିବାବେଳେ ୯ଟି ଗୋଲ୍‌ରେ ସହାୟକ ହୋଇଛନ୍ତି। ଏଫ୍‌ସି ଗୋଆର ଫୁଟ୍‌ବଲ ନିର୍ଦ୍ଦେଶକ ରବି ପୁଷ୍କର କହିଛନ୍ତି ମିଡ୍‌ଫିଲ୍ଡର ବେଡିଆ ଆମ ଦଳର ଜଣେ ପ୍ରମୁଖ ଖେଳାଳି ରହି ଆସିଛନ୍ତି। ଭବିଷ୍ୟତରେ ମଧ୍ୟ ସେ ଦଳର ପ୍ରଦର୍ଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ବୋଲି ଆମର ଦୃଢବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri