ଏବେ ଇନ୍‌ସୁରାନ୍ସ, ପଲ୍ୟୁସନ ଯାଞ୍ଚ ହେଉନାହିଁ: ପୋଲିସ କମିଶନର

ଭୁବନେଶ୍ୱର,୭।୯(ବ୍ୟୁରୋ): ଏବେ ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ ଯାଞ୍ଚ ହେଉନାହିଁ। କେବଳ ୫ଟି ଗଫଲତି ଦେଖି ଜରିମାନା ଆଦାୟ ହେଉଛି। ବାଇକ୍‌ରେ ୩ଜଣଙ୍କୁ ନେଲେ, ହେଲ୍‌ମେଟ ପିନ୍ଧି ନ ଥିଲେ, ମଦ ପିଇ ଗାଡ଼ି ଚଳାଉଥିଲେ, ମୋବାଇଲରେ ଗପୁଥିଲେ, ରାସ୍ତାର ଭୁଲ ସାଇଡ୍‌ରେ ଗଲେ ଜରିମାନା ଆଦାୟ ହେଉଛି। ଏପରିକି ପରିବହନ ବିଭାଗ ସହ କଥା ହୋଇଛୁ। ଆଇନ୍‌ ଉଲ୍ଲଂଘନ କରୁଥିବା ପୋଲିସ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ନୂଆ ମୋଟର ଯାନ ଆଇନ୍‌କୁ ନେଇ ଅସନ୍ତୋଷ ସହ ସରକାରୀ ଗାଡ଼ିକୁ ଯାଞ୍ଚ କରିବାକୁ ଚେଷ୍ଟା କରିବାକୁ ନେଇ ରାଜମହଲ ଛକରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ନେଇ ସେ ପ୍ରତିକ୍ରିୟା ରଖି ଏହା କହିଛନ୍ତି।

ସୂଚନାଯୋଗ୍ୟ, ନୂଆ ମୋଟର ଯାନ ନିୟମ କାର୍ଯ୍ୟକାରୀ ହେବା ପରେ ପୋଲିସ ପକ୍ଷରୁ ଜୋରଦାର ଯାଞ୍ଚ କରାଯାଉଥିବା ବେଳେ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ଏହାକୁ ବିରୋଧ କରି ଶନିବାର ଅପରାହ୍ନରେ ରାଜମହଲ ଛକରେ ଉତ୍ତ୍ୟକ୍ତ ଲୋକେ ସରକାରୀ ଗାଡ଼ିକୁ ଅଟକାଇ କାଗଜ ପତ୍ର ଯାଞ୍ଚ କରିଥିଲେ। ଫଳରେ ସେଠାରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ପକ୍ଷରୁ ମୃଦୁ ଲାଠିଚାଳନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?