ଏବେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଶ୍ରମିକ, ଶିକ୍ଷାର୍ଥୀ

ନୂଆଦିଲ୍ଲୀ,୧।୫: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାରି ଭିତରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକ ଓ ଶିକ୍ଷାର୍ଥୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ଏବେ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ। କେନ୍ଦ୍ର ସରକାର ଶୁକ୍ରବାର ଏନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରେଳ ମନ୍ତ୍ରୀ ପିୟୁଷ ଗୋଏଲ ପ୍ରମୁଖ ଉପସ୍ଥିତ ରହିଥିଲେ। ଏ ସମ୍ପର୍କରେ ରେଳ ମନ୍ତ୍ରଣାଳୟ ତା’ର ସମସ୍ତ ଜୋନ୍‌କୁ ନିର୍ଦ୍ଦେଶ ଦେବା ସହ ସମ୍ବନ୍ଧିତ ରାଜ୍ୟ ଗୁଡିକ ସହ କଥା ହେବ। ଏଥିପାଇଁ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯିବା ସହ ସେ ହିଁ ପ୍ରବାସୀଙ୍କ ଯିବା ଆସିବାକୁ ନେଇ ରାଜ୍ୟ ସରକାରଙ୍କ ସହ କଥା ହେବେ। ଶୁକ୍ରବାରଠାରୁ ଏହି ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri