ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି ବିପଦସଙ୍କୁଳ ଅବସ୍ଥାରେ ଥିବା ଅନ୍ୟ ଛାତ୍ରୀନିବାସ ଓ ଛାତ୍ରାବାସ ସୁରକ୍ଷା ଦିଗରେ କର୍ତ୍ତୃପକ୍ଷ ଅବହେଳା କରୁଛନ୍ତି ା ପୁରୁଣା ତଥା ଭଗ୍ନ ଅବସ୍ଥାରେ ଥିବା ହଷ୍ଟେଲଗୁଡିକର ମରାମତି ଦିଗରେ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ଅଶାନ୍ତି ଦେଖାଦେଇଛି ା
ଛାତ୍ରୀ ନିବାସ, ଛାତ୍ରାବାସର ଅନ୍ତେବାସୀମାନେ ନିଜ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ା ହଷ୍ଟେଲ ସମସ୍ୟାର ସମାଧାନ ଓ ମରାମତି ଦାବି ନେଇ ଶୁକ୍ରବାର ଛାତ୍ରୀଛାତ୍ରମାନେ ସ୍ନାତକୋତ୍ତର ଅଧ୍ୟକ୍ଷା ପ୍ରଫେସର ଅରୁନ୍ଧତୀ ରଥଙ୍କୁ ଘେରାଉ କରିଛନ୍ତି। ସାବେରୀ ଛାତ୍ରୀନିବାସ ଶୌଚାଳୟ କୋଠା ଭୁଶୁଡିବା ପରେ ବି କାହିଁକି ଅନ୍ୟ ହଷ୍ଟେଲ ଭଙ୍ଗା କାନ୍ଥର ମରାମତି, କାନ୍ଥରେ ଉଠିଥିବା ଗଛ କଢ଼ାଯାଉ ନାହଁ ବୋଲି ସେମାନେ ପ୍ରଶ୍ନ କରିଥିଲେ। ହଷ୍ଟେଲ ସମସ୍ୟା ବୁଝିବାକୁ ନିୟମିତ ୱାର୍ଡେନ ପରିଦର୍ଶନରେ ଆସୁ ନ ଥିବା ମଧ୍ୟ କହିଥିଲେ। ଏଥିସହ ହଷ୍ଟେଲ ଓ ବିଭିନ୍ନ ବିଭାଗରରେ ରହିଥିବା ଶୌଚାଳୟ ନିୟମିତ ସଫେଇ ବ୍ୟବସ୍ଥା କରିବା, ବିଶୁଦ୍ଧ ପାନୀୟ ଜଳବ୍ୟବସ୍ଥା, କ୍ୟାମ୍ପସରେ ୱାଇଫାଇ ସେବା, ଏକ ବର୍ଷିଆ ପରୀକ୍ଷା କ୍ୟାଲେଣ୍ଡର ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିବା, ପିଏଚ୍ଡି ଥେସିସ ଓ ନାମଲେଖା ପ୍ରକ୍ରିିୟା ପାଇଁ ଉଚ୍ଚସ୍ତରୀୟ କମିଶନ ଗଠନ କରିବା, ହଷ୍ଟେଲ ଆଲର୍ଟମେଣ୍ଟ ପ୍ରକ୍ରିିୟା ପାଇଁ ସିଙ୍ଗଲ ୱିଣ୍ଡୋ ପ୍ରକ୍ରିିୟା ଲାଗୁ କରିବା ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଛି। ଏ ନେଇ ସ୍ନାତକ ପରିଷଦ ଅଧ୍ୟକ୍ଷା ପ୍ରଫେସର ରଥଙ୍କୁ ଛାତ୍ରୀଛାତ୍ରମାନେ ୯ ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ ା
୭ ଦିନ ମଧ୍ୟରେ ଦାବି ପୂରଣ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଛାତ୍ରୀଛାତ୍ରମାନେ ଚେତାବାନୀ ଦେଇଛନ୍ତି। ତୁତୁନ ପାତ୍ର, ଆଲୋକ ନାୟକ, ହରିଶ ବେହେରା, ସତ୍ୟଜିତ ନାୟକ, ଅନନ୍ତ ପ୍ରଧାନ, ଛୋଟରାୟ ହାଂସଦା, ନବୀନ ପଣ୍ଡା, ମୁକେଶ ବିଶ୍ୱାଳ ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ଛାତ୍ରୀଛାତ୍ରଙ୍କ ଦାବି ସମ୍ପର୍କରେ କୁଳସଚିବ ଓ ହଷ୍ଟେଲ ୱାର୍ଡେନଙ୍କୁ ଅବଗତ କରାଇବା ସହ ୭ ଦିନ ମଧ୍ୟରେ ସମସ୍ତ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ପ୍ରଫେସର ରଥ କହିଛନ୍ତି ା
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍…
ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍, ୩ରେ ସିଧାସଳଖ ନେତା ଚୟନ!
ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

