Categories: ଜାତୀୟ

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଫଳରେ ନୂଆ ଋଣ ଯୋଗାଇ ଦେବାରେ ବ୍ୟାଙ୍କ ଗୁଡିକ ଆଉ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଦେଶର ଅର୍ଥବ୍ୟବସ୍ଥା ବିଗିଡି ଯାଉଥିବା ବେଳେ ଅର୍ଥମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଦେଶର ଅର୍ଥବ୍ୟବସ୍ଥାକୁ ନେଇ ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଯେଉଁ ବୟାନ ଦେଇଥିଲେ ତାକୁ ନେଇ ବିରୋଧୀ କଂଗ୍ରେସ ମୋଦି ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ଅର୍ଥମନ୍ତ୍ରୀ ଏହାର ଉତ୍ତର ରଖନ୍ତୁ ବୋଲି କହିଥିଲା।

Share