ଏବେ ଲୁଚାଛପାର ସମୟ ନୂହେଁ, ଧାର୍ମିକ ନେତାମାନେ ସନ୍ଦିଗ୍ଧଙ୍କୁ ବୁଝାଇ ଆଗକୁ ଆସିବାକୁ କୁହନ୍ତୁ : ବାଗଚି

ଭୁବନେଶ୍ବର, ୪।୪(ବ୍ୟୁରୋ) : ବର୍ତ୍ତମାନ ସମୟରେ ସାମାଜ ଆତଙ୍କିତ ଅବସ୍ଥାରେ ରହିଛି । ଏଣୁ ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ବ୍ୟକ୍ତି ନିର୍ଭୟରେ ଆଗକୁ ଆସନ୍ତୁ । ଏବେ ଲୁଚାଛପାର ସମୟ ନୂହେଁ । କାରଣ ସେଠାକୁ ଯାଇଥିବା ବ୍ୟକ୍ତି ସଂକ୍ରମିତ ହେବାକୁ ଯାଇ ନ ଥିଲେ କିମ୍ବା ସଂକ୍ରମଣ ଆଣିବାକୁ ଯାଇ ନ ଥିଲେ। ସେଥିପାଇଁ ସେମାନେ ଲଜ୍ଜା ଅଥବା ଭୟ କରିବାର କୌଣସି କାରଣ ନାହିଁ । ଏପରି କଲେ ସେମାନଙ୍କର ପରିବାର ଓ ପରିଜନ ବୁଡିଯିବେ । ଏହାଛଡା ଗୋଷ୍ଠୀ ଏବଂ ଧାର୍ମିକ ନେତାଙ୍କୁ ଅନୁରୋଧ ସେମାନେ ସନ୍ଦିଗ୍ଧ ମାନଙ୍କୁ ବୁଝାଇ ଆଗକୁ ଆସିବାକୁ କୁହନ୍ତୁ l ଏହି ଦାୟିତ୍ଵ କେବଳ ସରକାରଙ୍କ ନୂହେଁ ଆପଣଙ୍କର ମଧ୍ୟ ବୋଲି ଗୀତଗୋବିନ୍ଦ ସଦନରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।
ପ୍ରକାଶ ଯେ, ଇତି ମଧ୍ୟରେ ୨୮ ଜଣଙ୍କ ସହ ଯୋଗାଯୋଗ କରଯାଇଛି। ସମସ୍ତଙ୍କର ନମୂନା ପରୀକ୍ଷଣ ପାଇଁ ପଠାଯାଇଥିବା ବେଳେ ୨୫ଙ୍କ ନେଗଟିଭ୍ ଆସିଛି l ୩ ଜଣ କରୋନା ପଜିଟିଭ ଥିବା ସ୍ପଷ୍ଟ ହୋଇଛି l ସେମାନେ କଟକ, ଯାଜପୁର, ପୁରୀ ଅଞ୍ଚଳର l ଆହୁରି ଅଧିକ ଲୋକଙ୍କ ସଂକ୍ରମିତ ହେବାର ଆଶଙ୍କା ରହିଛି l ଏଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉକ୍ତ ଧର୍ମସଭାକୁ ଯାଇଥିବା ତଥା ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ଙ୍କୁ ୧୦୪ ନମ୍ବରରେ ଫୋନ କରି ତୁରନ୍ତ ଯୋଗାଯୋଗ କରିବାକୁ ଅନୁରୋଧ କରିଛନ୍ତି। ସେମାନେ ନିଜେ ନିଜେ ସ୍ଵେଚ୍ଛାକୃତ ଭାବେ ଚିହ୍ନଟ ହେବାକୁ କୁହାଯାଇଛିl ଆବଶ୍ୟକସ୍ଥଳେ ସରକାର ସେମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ। ଯଦି ସେପରି କେହି ବ୍ୟକ୍ତି ଅଛନ୍ତି ତେବେ ସେ ୨୪ ଘଣ୍ଟା ମଧ୍ୟରେ ନିର୍ଭୟରେ ଆଗକୁ ଆସନ୍ତୁ। ଏପରିକି ଉକ୍ତ ବ୍ୟକ୍ତିଙ୍କ ପରିବାର ଲୋକ ଯଥା ମାଆ ଭଉଣୀ ମାନଙ୍କୁ ଲୋକଙ୍କୁ ବୁଝାଇ ଆଗକୁ ଆଣିବାକୁ କହିଛନ୍ତି ବୋଲି ବାଗଚି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?