Posted inଜାତୀୟ

ଏବେ ସମାନ ନାଗରିକ ସଂହିତା ପାଳି

ନୂଆଦିଲ୍ଲୀ,୧୦।୧୧: ଭାଜପାର ନିର୍ବାଚନ ପ୍ରତିଶ୍ରୁତି ପାଳନ ଧାରା ଜାରି ରହିଛି। ତିନି ତଲାକ୍‌ ପରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହୋଇଥିଲା। ଏହାପରେ ଅଯୋଧ୍ୟା ପ୍ରସଙ୍ଗର ଶାନ୍ତିପୂର୍ଣ୍ଣ ସମାଧାନ ହୋଇଛି। ଏବେ ଭାଜପା ଦେଶର ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍‌ କୋଡ୍‌) ଲାଗୁ ଉପରେ କାର୍ଯ୍ୟ କରିବାର ଅନୁମାନ କରାଯାଉଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ସାକ୍ଷାତ୍‌କାର ଅବସରରେ ସୂଚନା ଦେଇଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ନାଗରିକଙ୍କ ପାଇଁ ସମାନ ଆଇନ ବ୍ୟବସ୍ଥା ଲାଗୁ ହେବ। ସମ୍ପ୍ରତି ହିନ୍ଦୁ, ମୁସଲମାନ୍‌, ଖ୍ରୀଷ୍ଟିଆନ୍‌, ପାର୍ସିଙ୍କ ପାଇଁ ଭିନ୍ନ ଭିନ୍ନ ଆଇନ ବ୍ୟବସ୍ଥା ରହିଛି। ବିବାହ, ଛାଡପତ୍ର, ସମ୍ପତ୍ତି ତଥା ପୋଷ୍ୟ ସନ୍ତାନ ଗ୍ରହଣ କ୍ଷେତ୍ରରେ ଭିନ୍ନ ଭିନ୍ନ ଆଇନ ବ୍ୟବସ୍ଥା ରହିଛି। ତେବେ ହିନ୍ଦୁ, ଶିଖ୍‌, ଜୈନ, ବୌଦ୍ଧ ଆଦି ହିନ୍ଦୁ ଆଇନ ଅନ୍ତର୍ଭୁକ୍ତ ହୋଇଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୪୪ ସମାନ ନାଗରିକ ସଂହିତା ଉପରେ ପର୍ଯ୍ୟବେସିତ। ନଭେମ୍ବର ୧୫ରେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଡି.ଏନ୍‌. ପଟେଲ୍‌ ଏବଂ ବିଚାରପତି ସି,ହରିଶଙ୍କର ସମାନ ନାଗରିକ ସଂହିତା ନେଇ ଦାଖଲ ହୋଇଥିବା ଏକ ଆବେଦନର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri