ଏଭରେଷ୍ଟରେ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କଲା ନେପାଳ: ମିଳିଲା ୪ ପର୍ବତ୍ୟାରୋହୀଙ୍କ ମୃତଦେହ

କାଠମାଣ୍ଡୁ,୨୮।୫: ଏଭରେଷ୍ଟରେ ବର୍ଜ୍ୟବସ୍ତୁ ଗଦା ହେବାରେ ଲାଗିଛି। ନେପାଳ ପକ୍ଷରୁ ଏଭରେଷ୍ଟ ସଫା ଅଭିଯାନ ଅନ୍ତର୍ଗତ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କରାଯାଇଛି। ଏଥି ପାଇଁ ୨ କୋଟି ୩୦ ଲକ୍ଷ ଟଙ୍କା ଖଚର୍ଚ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଜ୍ୟବସ୍ତୁ ସଫା ସମୟରେ ୪ ପର୍ବତ୍ୟାରୋହୀଙ୍କ ମୃତଦେହ ମିଳିଛି। ମୃତଦେହଗୁଡ଼ିକୁ କାଠମାଣ୍ଡୂ ଅଣାଯାଇଛି। ସୂଚନାଯୋଗ୍ୟ, ୬୬ ବର୍ଷ ପୂର୍ବେ ଏଡମଣ୍ଡ୍‌ ହିଲାରୀ ଏବଂ ତେନଜିଂ ନାଙ୍ଗେ ଶେର୍ପା ଏଭରେଷ୍ଟ ଆରୋହଣ କରିଥିଲେ। ସେମାନଙ୍କ ସହିତ ୧୨ଜଣ ଶେର୍ପା ଥିଲେ। ଏକମାସରୁ ଅଧିକ ଦିନ ଧରି ଏହି ଦଳ ଏଭରେଷ୍ଟରେ ରହିଥିଲେ। ମୋନଙ୍କ ରହିବା ସମୟରେ ନାନାପ୍ରକର ବର୍ଜ୍ୟବସ୍ତୁ ଏଠାରେ ଜମା ହୋଇଥିଲା। ପରବର୍ତ୍ତୀ ସମୟରେ ନେପାଳ ସରକାର ପ୍ରତିବର୍ଷ ଏଭରେଷ୍ଟ ସଫା କାର୍ଯ୍ୟ ଆରମ୍ଭ କରିଥିଲେ। ଏଭଳି କାର୍ଯ୍ୟ ମଧ୍ୟ ଚାଇନା ପକ୍ଷରୁ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri