Posted inଜାତୀୟ

ଏଭଳି ଥିଲା କେଜ୍‌ରିଓ୍ବାଲଙ୍କ ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୨୨।୩: ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗୁରୁବାର ଗିରଫ କରିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ରାଜନୈତିକ ଯାତ୍ରା ୨୦୧୨ରେ ଆରମ୍ଭ ହୋଇଥିଲା ଏବଂ ସେ ୨୦୧୩ରେ ପ୍ରଥମ ଥର ପାଇଁ ଏକ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏହା ପରେ ସେ ୨୦୧୪ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ବାରାଣସୀ ଲୋକ ସଭା ଆସନରୁ ତାଙ୍କର ପ୍ରଥମ ଲୋକ ସଭା ନିର୍ବାଚନ ଲଢିଥିଲେ। ଏହି ନିର୍ବାଚନରେ କେଜ୍‌ରିଓ୍ବାଲ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପ୍ରତିଦ୍ୱନ୍ଦିତା କରିଥିଲେ। ସେତେବେଳେ ମୋଦି ପ୍ରଥମ ଥର ପାଇଁଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ସେ ବାରାଣସୀ ଆସନରୁ ମଧ୍ୟ ପ୍ରାର୍ଥୀ ହୋଇଥିଲେ। ତେବେ କେଜ୍‌ରିଓ୍ବାଲ ବାହ୍ୟ ପ୍ରାର୍ଥୀ ହୋଇଥିଲେ ମଧ୍ୟ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ନରେନ୍ଦ୍ର ମୋଦିଙ୍କୁ କଡା ଟକ୍କର ଦେଇଥିଲେ। ଆଉ ସଂଘର୍ଷ କରି ୨ ଲକ୍ଷରୁ ଅଧିକ ଭୋଟ ପାଇଥିଲେ।

ବାରାଣସୀରେ ପରାଜୟ ପରେ ଅରବିନ୍ଦ କେଜ୍‌ରିଓ୍ବାଲ ଆଉ କୌଣସି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ନଥିଲେ। ୨୦୧୪ ନିର୍ବାଚନରେ କେଜ୍‌ରିଓ୍ବାଲ ବାରାଣାସୀ ଲୋକ ସଭା ଆସନରୁ ୨ ଲକ୍ଷ ୯ ହଜାର ୩୧୮ ଭୋଟ ପାଇଥିଲେ।

ଆନ୍ନା ଆନ୍ଦୋଳନ ପରେ କେଜ୍‌ରିଓ୍ବାଲ ୨୦୧୨ରେ ତାଙ୍କ ଦଳ ଗଠନ କରିଥିଲେ ଏବଂ ୨୦୧୩ରେ ପ୍ରଥମ ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏହି ନିର୍ବାଚନରେ ତାଙ୍କ ଦଳ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିଲା ଏବଂ ସେ କଂଗ୍ରେସ ସହ ମିଳିତ ଭାବରେ ୪୯ ଦିନ ସରକାର ଚଳାଇଥିଲେ। ତା’ପରେ ୨୦୧୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ସେତେବେଳେ ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ହାସଲ କରିଥିଲା ଏବଂ ଭାଜପା ସଦସ୍ୟଙ୍କ ସଂଖ୍ୟା ମଧ୍ୟ ଦୁଇ ଅଙ୍କ ଅତିକ୍ରମ କରିପାରି ନ ଥିଲା। ଏହା ବ୍ୟତୀତ ଦିଲ୍ଲୀରେ କଂଗ୍ରେସ ଜିରୋ ହୋଇଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?