Posted inଜାତୀୟ

ଏମସିଡି ନିର୍ବାଚନ: ଭୋଟର ଲିଷ୍ଟରୁ ଅନେକ ନାମ ଡିଲିଟ ହୋଇଥିବା ଦାବି କଲା ଭାଜପା

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ନଗର ନିଗମ(ଏମସିଡି)ର ସମସ୍ତ ୨୫୦ ୱାର୍ଡ ପାଇଁ ରବିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଦିନ ୨ଟା ପର୍ଯ୍ୟନ୍ତ ପାଖାପାଖି ୩୦ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏହି ନିର୍ବାଚନରେ ଅମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ତଥା କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ମୁକାବିଲା ହେଉଛି ।

ନୂଆ ଭୋଟର ଲିଷ୍ଟ କାରଣରୁ ଅନେକେ ଭୋଟରଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । କିଛି ସ୍ଥାନରେ ଭୋଟର ଲିଷ୍ଟରେ କେତେଜଣ ଲୋକଙ୍କ ନାଁ ନ ଥିବା ବେଳେ ଏମାନେ ଭୋଟ ନ ଦେଇ ଫେରି ଆସିଥିବା ଦେଖାଯାଇଛି ।
ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅନୀଲ ଚୌଧୁରୀଙ୍କ ନାମ ବି ଭୋଟର ଲିଷ୍ଟରେ ନଥିଲା । ଫଳରେ ସେ ଭୋଟ ଦେଇ ପାରି ନାହାନ୍ତି । ଏହାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଯାଇଛି । ଦିଲ୍ଲୀ ଭାଜପାର ପୂର୍ବତନ ଅଧ୍ୟକ୍ଷ ତଥା ଏମପି ମନୋଜ ତିୱାରୀ ଆମ ଆଦମୀ ପାର୍ଟିକୁ ଟାର୍ଗେଟକୁ ନେଇ ଏହା ଏଏପିର ଷଡଯନ୍ତ୍ର ବୋଲି କହିଛନ୍ତି । ଭାଜପା ଏମପି ଦାବି କରିଛନ୍ତି ଯେ କେଜରିୱାଲ ସରକାର ଭାଜପା ସମର୍ଥକଙ୍କ ଭୋଟ କାଟି ଦେଇଛନ୍ତି । ଦଳ ୪୫୦ ଲୋକଙ୍କ ଭୋଟ କାଟି ଦେଇଛି । ତେଣୁ ଯେ ଏହି କାମ କରିଛି ତା’ର ସ୍ଥାନ ଜେଲରେ ବୋଲି ତିୱାରୀ ପ୍ରତ୍ୟେକ୍ଷ ଭାବେ ଏଏପିକୁ ଟାର୍ଗେଟ କରି କହିଛନ୍ତି ।
ଭାଜପା ଏମ୍‌ପି ଏହାକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିବା ସୂଚନା ମିଳିଛି । ଏହାସହ ଏଭଳି ଲୋକଙ୍କ ଉପରେ ଆକ୍ସନ ନିଆଯିବା ଦରକାର ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri