Posted inଜାତୀୟ

‘ଏମିତି ହୁଏନି ଭାଇ’ କହି ସୁଷମାଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜ ଓ ତାଙ୍କ କାର୍ଯ୍ୟଶୈଳୀକୁ ମନେପକାଇଛନ୍ତି। ଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମ୍‌ରେ ସ୍ବର୍ଗତା ସୁଷମାଙ୍କ ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୋଦି ସୁଷମାଙ୍କ ସ୍ମୃତିଚାରଣ କରି କହିଛନ୍ତି ଯେ, ସେ ତାଙ୍କଠାରୁ ବହୁତ କିଛି ଶିକ୍ଷାଲାଭ କରିଛନ୍ତି। ସୁଷମାଙ୍କ କାର୍ଯ୍ୟଶୈଳୀ ଯୋଗୁ ବହିିର୍ବ୍ୟାପାର ମନ୍ତ୍ରଣାଳୟର ଚିତ୍ର କିଛି ଅନନ୍ୟ ରହିଛି। ଏହା କହି ସେ ୫ବର୍ଷ ପୂର୍ବକୁ ଫେରିଯାଇଥିଲେ। ବହିର୍ବ୍ୟାପାର ମନ୍ତ୍ରଣାଳୟରେ କିଛି ପରମ୍ପରା ରହିଛି, ଯେଉଁଗୁଡ଼ିକ ଭାରି ଉତ୍ତମ ବୋଲି ମୋଦି କହିଥିଲେ। ୨୦୧୪ରେ ଯେବେ ମୋଦି ନୂଆ ପ୍ରଧାନମନ୍ତ୍ରୀ ହୋଇଥିଲେ ଓ ଜାତିସଂଘରେ ତାଙ୍କର ଭାଷଣ ଦେବାର ଥିଲା, ପ୍ରଥମ ଥର ପାଇଁ ସେ ସେଠାକୁ ଯାଇଥିଲେ। ତେବେ ପୂର୍ବରୁ ସୁଷମାଜୀ ସେଠାରେ ପହଞ୍ଚି ତାଙ୍କୁ ସ୍ବାଗତ କରିଥିଲେ। ପରଦିନ ଜାତିସଂଘରେ ମୋଦିଙ୍କ ଭାଷଣ ରହିଥିବା ବେଳେ ସେ ସୁଷମାଙ୍କୁ ଏନେଇ ଆଲୋଚନା କରିବାକୁ କହିଥିଲେ। ଏହାପରେ ସୁଷମା ତାଙ୍କୁ ଆପଣଙ୍କ ଭାଷଣ କାହିଁ ବୋଲି ପଚାରିଥିଲେ। ଏହାର ଉତ୍ତରରେ ସେ କହିଥିଲେ, ସେମିତି କହି ଦେବେ। ସେହି ସମୟରେ ସୁଷମା କହିଥିଲେ, ଭାଇ ଏମିତି ହୁଏନି। ବିଶ୍ୱ ଆଗରେ ଭାରତର କଥା ରଖିବାକୁ ହେଲେ ସେମିତି ମନଇଚ୍ଛା କୁହାଯାଏନି। ତାଙ୍କର ଏହି କଥା ମୋତେ ବହୁତ କିଛି ଶିଖାଇଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri