Posted inରାଜ୍ୟ

ଏମ୍ସ ସହ ସ୍ବାସ୍ଥ୍ୟ ବିଭାଗର ବୁଝାମଣାପତ୍ର ସ୍ବାକ୍ଷର: ଏମ୍ସରେ ମିଳିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ଚିକିତ୍ସା ସେବା ପ୍ରଦାନ ନିମନ୍ତେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଓ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସ, କମିଶନର ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଏମ୍ସ ନିର୍ଦ୍ଦେଶିକା ଡା. ଗୀତାଞ୍ଜଳି ବି. ଏବଂ ଅନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ରାଜ୍ୟରେ ଗତ ୨୦୧୮ ଅଗଷ୍ଟ ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ୧୯୬ ଘରୋଇ ଡାକ୍ତରଖାନା ତାଲିକାଭୁକ୍ତ ହୋଇଥିବା ବେଳେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଯୋଡ଼ିହୋଇଛି। ମନ୍ତ୍ରୀ ବିଭିନ୍ନ ଘରୋଇ ଡାକ୍ତରଖାନା କର୍ମକର୍ତ୍ତାଙ୍କ ସହିତ ଲୋକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବିନା ମୂଲ୍ୟରେ ଚିକିତ୍ସା ସେବା ପ୍ରଦାନ କରିବା ସଂକ୍ରାନ୍ତରେ ଆଲୋଚନା କରିଥିଲେ। କୌଣସି ପରିସ୍ଥିତିରେ ଗରିବ ଲୋକେ ଯେପରି ଘରୋଇ ଡାକ୍ତରଖାନାଗୁଡ଼ିକରେ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଯୋଜନାରେ ଘରୋଇ ଡାକ୍ତରଖାନାଗୁଡ଼ିକ ଯୋଗାଇ ଦେଉଥିବା ଚିକିତ୍ସା ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବେ। ଏହାସହ ପ୍ରତି ମାସରେ କେତେଜଣ ରୋଗୀ ଆସୁଛନ୍ତି, କେଉଁ ଅଞ୍ଚଳର, କେଉଁ ପ୍ରକାର ରୋଗ, ସିଧାସଳଖ ଆଡ୍‌ମିଟ ହୋଇଛନ୍ତି ନା ସିଡିଏମ୍‌ଓଙ୍କ ଦ୍ୱାରା ରେଫର୍‌ ହୋଇ ଆସିଛନ୍ତି, ସେ ସବୁର ଟିକିନିଖି ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଡାକ୍ତରଖାନାଗୁଡ଼ିକର ଏ ବାବଦ ବିଲ୍‌ ପ୍ରଦାନକୁ ଡିଏମ୍‌ଇଟି ତ୍ୱରାନ୍ବିତ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଯେଉଁ ସବୁ ବିଲ୍‌ ବାକି ରହିଛି ବା ଆସିବ, ସେ ସବୁକୁ ତୁରନ୍ତ ପ୍ରଦାନ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri