ଏମ୍ସ ହେବ କରୋନା ସଂକ୍ରମଣର ହଟ୍‌ସ୍ପଟ!

ନୂଆଦିଲ୍ଲୀ,୨୭।୪: ରାଜଧାନୀ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ଏବେ କରୋନା ସଂକ୍ରମଣର ହଟ୍‌ସ୍ପଟ ହେବାକୁ ଯାଉଛି ବୋଲି କୁହାଯାଉଛି। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନଙ୍କ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ ଓ କ୍ୟାନସର ସେଣ୍ଟରର ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଓଏସ୍‌ଡିଙ୍କ ସମେତ ପାଖାପାଖି ୬୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି। ଅନ୍ୟପଟେ କ୍ୟାନସର ସେଣ୍ଟରର କେତେଜଣ ଡାକ୍ତର ଓ ରୋଗୀଙ୍କୁ ମଧ୍ୟ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଓଏସ୍‌ଡିଙ୍କ କାର୍ଯ୍ୟାଳୟ ଏମ୍ସର ନିର୍ଦ୍ଦେଶକ ଓ ଉପ ନିର୍ଦ୍ଦେଶକ(ପ୍ରଶାସନିକ)ଙ୍କ କାର୍ଯ୍ୟାଳୟ ପାଖାପାଖି ଅବସ୍ଥିତ। ଯେଉଁଠି ପ୍ରତିଦିନ ଡାକ୍ତର ଓ କର୍ମଚାରୀଙ୍କ ଯିବା ଆସିବା ଲାଗି ରହିଥାଏ। ସେପଟେ ଏମ୍ସର ପଜିଟିଭ ମିଳିଥିବା ନର୍ସଙ୍କ ୨ ସନ୍ତାନ ମଧ୍ୟ କରୋନାରେ ପୀଡ଼ିତ ହେବା ପରେ ଏମାନଙ୍କୁ ହସ୍ପିଟାଲର ଆଇସୋଲେଶନରେ ରଖାଯାଇଛି। ବଡ କଥା ହେଲା ନର୍ସ ଜଣଙ୍କ ଡେ-କେୟାରରେ ଡ୍ୟୁଟି କରୁଥିବା ବେଳେ ସେଠାରେ କେମୋ ଥେରାପି ନେଉଥିବା ୪୦ ଜଣ କ୍ୟାନସର ରୋଗୀଙ୍କୁ ଏବେ କ୍ୱାରାଣ୍ଟାଇନକୁ ପଠାଯାଇଛି। ପୂର୍ବରୁ ଏମ୍ସର ଜଣେ ଡାକ୍ତର, ୨ ନର୍ସ, ଜଣେ ପୁରୁଷ ନର୍ସ, ଟ୍ରମା ସେଣ୍ଟରର ୨ କର୍ମଚାରୀ ଓ ଜଣେ ଟେକ୍ନିସିଆନ ସମେତ ୮ ଜଣ କରୋନାରେ ପୀଡିତ ହୋଇସାରିଛନ୍ତି। ଦିନକୁ ଦିନ ଏମ୍ସରେ ସଂକ୍ରମିତ ସ୍ବାସ୍ଥ୍ୟକର୍ମୀଙ୍କ ସଂଖ୍ୟା ବଢି ଚାଲିଥିବାରୁ ଏହା ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି। ଦିଲ୍ଲୀର ବଡ ହସ୍ପିଟାଲରେ ପାଖାପାଖି ୩୩ ଜଣ ଡାକ୍ତର ଓ ୮୪ ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ ହେବା ପରେ ଏହାର ଚିକିତ୍ସାକୁ ନେଇ ସମସ୍ୟା ଉପୁଜିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri