ଏମ୍ସ ହେବ କରୋନା ସଂକ୍ରମଣର ହଟ୍‌ସ୍ପଟ!

ନୂଆଦିଲ୍ଲୀ,୨୭।୪: ରାଜଧାନୀ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ଏବେ କରୋନା ସଂକ୍ରମଣର ହଟ୍‌ସ୍ପଟ ହେବାକୁ ଯାଉଛି ବୋଲି କୁହାଯାଉଛି। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନଙ୍କ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ ଓ କ୍ୟାନସର ସେଣ୍ଟରର ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଓଏସ୍‌ଡିଙ୍କ ସମେତ ପାଖାପାଖି ୬୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି। ଅନ୍ୟପଟେ କ୍ୟାନସର ସେଣ୍ଟରର କେତେଜଣ ଡାକ୍ତର ଓ ରୋଗୀଙ୍କୁ ମଧ୍ୟ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଓଏସ୍‌ଡିଙ୍କ କାର୍ଯ୍ୟାଳୟ ଏମ୍ସର ନିର୍ଦ୍ଦେଶକ ଓ ଉପ ନିର୍ଦ୍ଦେଶକ(ପ୍ରଶାସନିକ)ଙ୍କ କାର୍ଯ୍ୟାଳୟ ପାଖାପାଖି ଅବସ୍ଥିତ। ଯେଉଁଠି ପ୍ରତିଦିନ ଡାକ୍ତର ଓ କର୍ମଚାରୀଙ୍କ ଯିବା ଆସିବା ଲାଗି ରହିଥାଏ। ସେପଟେ ଏମ୍ସର ପଜିଟିଭ ମିଳିଥିବା ନର୍ସଙ୍କ ୨ ସନ୍ତାନ ମଧ୍ୟ କରୋନାରେ ପୀଡ଼ିତ ହେବା ପରେ ଏମାନଙ୍କୁ ହସ୍ପିଟାଲର ଆଇସୋଲେଶନରେ ରଖାଯାଇଛି। ବଡ କଥା ହେଲା ନର୍ସ ଜଣଙ୍କ ଡେ-କେୟାରରେ ଡ୍ୟୁଟି କରୁଥିବା ବେଳେ ସେଠାରେ କେମୋ ଥେରାପି ନେଉଥିବା ୪୦ ଜଣ କ୍ୟାନସର ରୋଗୀଙ୍କୁ ଏବେ କ୍ୱାରାଣ୍ଟାଇନକୁ ପଠାଯାଇଛି। ପୂର୍ବରୁ ଏମ୍ସର ଜଣେ ଡାକ୍ତର, ୨ ନର୍ସ, ଜଣେ ପୁରୁଷ ନର୍ସ, ଟ୍ରମା ସେଣ୍ଟରର ୨ କର୍ମଚାରୀ ଓ ଜଣେ ଟେକ୍ନିସିଆନ ସମେତ ୮ ଜଣ କରୋନାରେ ପୀଡିତ ହୋଇସାରିଛନ୍ତି। ଦିନକୁ ଦିନ ଏମ୍ସରେ ସଂକ୍ରମିତ ସ୍ବାସ୍ଥ୍ୟକର୍ମୀଙ୍କ ସଂଖ୍ୟା ବଢି ଚାଲିଥିବାରୁ ଏହା ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି। ଦିଲ୍ଲୀର ବଡ ହସ୍ପିଟାଲରେ ପାଖାପାଖି ୩୩ ଜଣ ଡାକ୍ତର ଓ ୮୪ ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ ହେବା ପରେ ଏହାର ଚିକିତ୍ସାକୁ ନେଇ ସମସ୍ୟା ଉପୁଜିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri