ଏମ୍‌ଏସ୍‌ଏମ୍‌ଇଗୁଡିକୁ ମିଳିଲା ୮,୩୨୦କୋଟିର ଋଣ

ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍‌ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି ଟଙ୍କାର ପାଣ୍ଠି ଯୋଗାଣ ଲାଗି ସରକାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲ୍‌ଜିଏସ୍‌) ଘୋଷଣା କରିଥିଲେ। ବର୍ତ୍ତମାନ ସୁଦ୍ଧା ଉକ୍ତ ଯୋଜନାରେ ଏମ୍‌ଏସ୍‌ଏମ୍‌ଇ ୮,୩୨୦ କୋଟି ଟଙ୍କାର ଋଣ ଲାଭ କରିଥିବା ଜଣାପଡିଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଜୁନ ୫ ସୁଦ୍ଧା ଏହି ଋଣ ପ୍ରଦାନ କରିଛନ୍ତି ବୋଲି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଜୁନ ପହିଲାରେ ୧୦୦% ଇସିଏଲ୍‌ଜିଏସ୍‌ ଲାଗି ବ୍ୟାଙ୍କଗୁଡିକ ୧୭,୭୦୫ କୋଟି ଟଙ୍କା ଋଣ ଯୋଗାଣ ଲାଗି ମଞ୍ଜୁରୀ ଦେଇଛନ୍ତି। ଆତ୍ମ ନିର୍ଭର ଭାରତ ଯୋଜନାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏଭଳି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ବ୍ୟାଙ୍କଗୁଡିକର ଋଣ ପ୍ରଦାନ ସମ୍ପର୍କରେ ସୀତାରାମନ ରବିବାର ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ୧୧,୭୦୧ କୋଟି ଟଙ୍କା ଋଣ ପ୍ରଦାନ ଲାଗି ମଞ୍ଜୁରୀ ଦେଇଥିବା ବେଳେ ଜୁନ ୫ ସୁଦ୍ଧା ୬୦୮୪ କୋଟି ଟଙ୍କା ଋଣ ଦେଇ ସାରିଛି। ସେହିଭଳି ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୯୯୫ କୋଟି ଟଙ୍କା ଋଣ ଦେବାକୁ ମଞ୍ଜୁରୀ ଦେଇଛି। ଏହା ମଧ୍ୟରୁ ୨୪୨.୯୨ କୋଟି ଟଙ୍କାର ଋଣ ଏହି ବ୍ୟାଙ୍କ ଯୋଗାଇ ଦେଇଛି।
ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଇସିଏଲ୍‌ଜିଏସ୍‌ ଯୋଜନାରେ ୯.୨୫% ହାରରେ ୩ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବ୍ୟବସ୍ଥା କରିବା ପ୍ରସ୍ତାବକୁ ମେ ୨୧ରେ କ୍ୟାବିନେଟ ଅନୁମୋଦନ ଦେଇଥିଲା। କୋଭିଡ୍‌ ୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଗୁଡିକୁ ସହାୟତା ଯୋଗାଇ ଦେବା ଲାଗି ଏଭଳି ବ୍ୟବସ୍ଥା ହୋଇଛି। ଏହି ଋଣର ୧୦୦% ଗ୍ୟାରେଣ୍ଟି ସରକାର ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri