ଏମ୍‌ଏସ୍‌ଏମ୍‌ଇର ସଶକ୍ତୀକରଣ ଜରୁରୀ

ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ ନଗଣ୍ୟ ରହିଛି। ଏଭଳି ସ୍ଥିତିକୁ ଧ୍ୟାନରେ ରଖି ଏମ୍‌ଏସ୍‌ଏମ୍‌ଇଗୁଡିକର ସଶକ୍ତୀକରଣ ଜରୁରୀ ବୋଲି ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପକ୍ଷରୁ ଭିଜନ ଓଡ଼ିଶା ସଂକ୍ରାନ୍ତ କାର୍ଯ୍ୟକ୍ରମରେ ଏହା ମତ ପ୍ରକାଶ ପାଇଛି। ପ୍ରତିଷ୍ଠାନ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟର ଏମ୍‌ଏସ୍‌ଏମ୍‌ଇଗୁଡିକୁ ବିକାଶ ନେଇ ବିଭିନ୍ନ ଆଲୋଚନା ହୋଇଥିଲା। ସିଏସ୍‌ଆଇଆର୍‌ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟରେ କ୍ଷୁଦ୍ରଶିଳ୍ପର ବିକାଶ ନେଇ ସିଏସ୍‌ଆଇଆର୍‌ ଲାବରୋଟୋରୀ, ଓଡ଼ିଶା ସରକାର ଏବଂ ୟୁଏନ୍‌ଆଇଡିଓ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିରେ ପେଟେଣ୍ଟ ଦୃଢିକରଣ, ନୂତନ ଜ୍ଞାନକୌଶଳ ବ୍ୟବହାର, ଦକ୍ଷତା ବିକାଶ, ଏମ୍‌ଏସ୍‌ଏମ୍‌ଇ ଊତ୍ପାଦଗୁଡିକର ସିଏସ୍‌ଆଇଆର ଅଧୀନରେ ବ୍ରାଣ୍ଡିଂ, ପରୀକ୍ଷା ପ୍ରମାଣପତ୍ର ପ୍ରଦାନ ଉପରେ ଏଠାରେ ଆଲୋଚନା କରାଯାଇଥିଲା।
ସିଏସ୍‌ଆଇଆର୍‌ ଲ୍ୟାବ ସହାୟତାରେ ୟୁଏନ୍‌ଆଇଡିଓ କ୍ଷୁଦ୍ରଶିଳ୍ପ ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ ଉପରେ ଏଠାରେ ମତ ପ୍ରକାଶ ପାଇଛି। ସେହିଭଳି ଭିଜନ ପେପରକୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବା ନେଇ ନିଷ୍ପତ୍ତି ହୋଇଛି। ଭିଜନ ପେପରରେ ଜଳ ସଂରକ୍ଷଣ, ଭୂତଳ ଜଳ ପରିଚାଳନା, ଶିଳ୍ପ ସଂସ୍ଥାଗୁଡିକର ବର୍ଜ୍ୟ ପରିଚାଳନା, ପରିବେଶ ଉପଯୋଗୀ ଡାଉନଷ୍ଟ୍ରିମ ଶିଳ୍ପ, ପରିବେଶ ଉପଯୋଗି ଶକ୍ତି ପରିଚାଳନା ଭଳି ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକ ଉପରେ ଗୁରୁତ୍ୱାରୋପ କରାଯାଇଛି। ସିଏସ୍‌ଆଇଆର୍‌ ମହାନିର୍ଦ୍ଦେଶକଙ୍କ ପରାମର୍ଶଦାତା ଡ.ଡି. ସେନଗୁପ୍ତା କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ପ୍ରଫେସର ନିର୍ଦ୍ଦେଶକ ଏସ୍‌. ବାସୁଙ୍କ ସମେତ ୧୨ ସିଏସ୍‌ଆଇଆର୍‌ ଲାବୋରେରଟେରୀର ବରିଷ୍ଠ ବୈଜ୍ଞାନିକ ଏବଂ ନିର୍ଦ୍ଦେଶକମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ଏଠାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri