ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକର ଅବଦାନକୁ ୨ ଟ୍ରିଲିୟନ ଡଲାର ବା ୨ ଲକ୍ଷ କୋଟିକୁ ବଢାଇବା ଲାଗି ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) କାର୍ଯ୍ୟକ୍ରମରେ ୬୫,୩୧୨ ଏମ୍‌ଏସ୍‌ଏମ୍‌ଇ ସ୍ଥାପନ ହୋଇଥିବା କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ସମୀକ୍ଷାରେ କୁହାଯାଇଛି। ୨୦୨୪ ବେଳକୁ ଭାରତ ବିଶ୍ୱର ଏକ ପ୍ରମୁଖ ଅର୍ଥ ବ୍ୟବସ୍ଥା ଭାବେ ରୂପାନ୍ତରିତ ହେବାର କ୍ଷମତା ରଖୁଥିବା ସରକାର କହିଛନ୍ତି। ଏହି ସମୟରେ କ୍ଷୁଦ୍ର ଶିଳ୍ପ ନିଜର ଯୋଗଦାନକୁ ବଢାଇ ପାରିବେ ବୋଲି ଗୁରୁତ୍ୱାରୋପ କରାଯାଇଛି।
ପିଏମ୍‌ଇଜିପିରେ ୫.୨୨ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଏଥିରେ ୧୯୨୯ କୋଟି ଟଙ୍କାର ସବସିଡି ମଧ୍ୟ ବିନିଯୋଗ କରାଯାଇଛି। ୨୦୦୮-୦୯ ପରଠାରୁ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଉଛି। ସରକାରଙ୍କ ପ୍ରମୁଖ କ୍ରେଡିଟ ଲିଙ୍କଡ ସବସିଡି କାର୍ଯ୍ୟକ୍ରମ ମଧ୍ୟରେ ଏହା ଅନ୍ୟତମ। କ୍ଷୁଦ୍ରଶିଳ୍ପ ସ୍ଥାପନ ଦ୍ୱାରା ନିଯୁକ୍ତି ସୃଷ୍ଟିକୁ ଏଥିରେ ପ୍ରାଥମିକତା ଦିଆଯାଉଛି। ପାରମ୍ପରିକ କାରିଗର ଏବଂ ଗ୍ରାମୀଣ ଯୁବବର୍ଗଙ୍କୁ ରୋଜଗାରର ପନ୍ଥା ପ୍ରଦାନ ଲାଗି ଏହାକୁ ସରକାର ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri