ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକର ଅବଦାନକୁ ୨ ଟ୍ରିଲିୟନ ଡଲାର ବା ୨ ଲକ୍ଷ କୋଟିକୁ ବଢାଇବା ଲାଗି ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) କାର୍ଯ୍ୟକ୍ରମରେ ୬୫,୩୧୨ ଏମ୍‌ଏସ୍‌ଏମ୍‌ଇ ସ୍ଥାପନ ହୋଇଥିବା କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ସମୀକ୍ଷାରେ କୁହାଯାଇଛି। ୨୦୨୪ ବେଳକୁ ଭାରତ ବିଶ୍ୱର ଏକ ପ୍ରମୁଖ ଅର୍ଥ ବ୍ୟବସ୍ଥା ଭାବେ ରୂପାନ୍ତରିତ ହେବାର କ୍ଷମତା ରଖୁଥିବା ସରକାର କହିଛନ୍ତି। ଏହି ସମୟରେ କ୍ଷୁଦ୍ର ଶିଳ୍ପ ନିଜର ଯୋଗଦାନକୁ ବଢାଇ ପାରିବେ ବୋଲି ଗୁରୁତ୍ୱାରୋପ କରାଯାଇଛି।
ପିଏମ୍‌ଇଜିପିରେ ୫.୨୨ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଏଥିରେ ୧୯୨୯ କୋଟି ଟଙ୍କାର ସବସିଡି ମଧ୍ୟ ବିନିଯୋଗ କରାଯାଇଛି। ୨୦୦୮-୦୯ ପରଠାରୁ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଉଛି। ସରକାରଙ୍କ ପ୍ରମୁଖ କ୍ରେଡିଟ ଲିଙ୍କଡ ସବସିଡି କାର୍ଯ୍ୟକ୍ରମ ମଧ୍ୟରେ ଏହା ଅନ୍ୟତମ। କ୍ଷୁଦ୍ରଶିଳ୍ପ ସ୍ଥାପନ ଦ୍ୱାରା ନିଯୁକ୍ତି ସୃଷ୍ଟିକୁ ଏଥିରେ ପ୍ରାଥମିକତା ଦିଆଯାଉଛି। ପାରମ୍ପରିକ କାରିଗର ଏବଂ ଗ୍ରାମୀଣ ଯୁବବର୍ଗଙ୍କୁ ରୋଜଗାରର ପନ୍ଥା ପ୍ରଦାନ ଲାଗି ଏହାକୁ ସରକାର ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri