ଏମ୍‌କେସିଜିରେ ଅଘଟଣ: ଲେବର୍‌ ରୁମ୍‌କୁ ଛାଡ଼ିବାକୁ ମନା କରିବାରୁ ଡାକ୍ତରଙ୍କ କାନ କାମୁଡ଼ି ଛିଡାଇଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର ଅଫିସ, ୧୦।୫- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ରବିବାର ଏକ ଅଘଟଣ ଘଟିଛି। ଜଣେ ରୋଗୀ ସମ୍ପର୍କୀୟ କାର୍ଯ୍ୟରତ ଡାକ୍ତରଙ୍କ କାନ କାମୁଡି ଛିଣ୍ଡାଇ ଦେଇଛନ୍ତି। ଏପରିକି ମେଡିକାଲରେ ଥିବା ଅନ୍ୟ କେତେକ ଡାକ୍ତରଙ୍କୁ ଆକ୍ରମଣ କରିବା ସହ ସେଠାରେ ଲଙ୍କାକାଣ୍ଡ ସୃଷ୍ଟି କରିଛନ୍ତି। ଏନେଇ ବୈଦ୍ୟନାଥପୁର ଥାନାରେ ଆହତ ଜୁନୟର ଡାକ୍ତର ସାକିଲ ଖାନ ଅଭିଯୋଗ କରିଛନ୍ତି ବୋଲି ଏମ୍‌କେସିଜି ମେଡିକାଲ ଅଧିକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି । ଡାକ୍ତରଙ୍କ ଅଭିଯୋଗକୁ ଆଧାର କରି ବୈଦ୍ୟନାଥପୁର ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ରୋଗୀ ସମ୍ପର୍କୀୟ ପୁରୋଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ଛକର ତାରିଣୀ ମହାପାତ୍ରଙ୍କୁ ଗିରଫ କରାଯାଇଥିବା କହିଛି।

ଘଟଣାରୁ ପ୍ରକାଶ, ତାରିଣୀ ମହାପାତ୍ରଙ୍କ ସ୍ତ୍ରୀ ଗର୍ଭବତୀ ଥିବା ବେଳେ ତାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଏମ୍‌କେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରାଯାଇଥିଲା। ରବିବାର ମହିଳାଙ୍କୁ ପ୍ରସବ ପାଇଁ ଲେବର ରୁମକୁ ନିଆଯାଇଥିଲା। ସେଠାରେ ତାଙ୍କ ସ୍ତ୍ରୀ ଚିତ୍କାର କରୁଥିବା ଶୁଣି ତାଙ୍କ ସ୍ବାମୀ ତାରିଣୀ ଲେବର ରୁମକୁ ଯିବା ପାଇଁ ଉଦ୍ୟମ କରିଥିଲେ। ସେଠାରେ କାର୍ଯ୍ୟରତ ଡାକ୍ତର ସାକିଲ ଖାନ ତାଙ୍କୁ ବାରଣ କରିଥିଲେ। ଏହାକୁ ନେଇ ସେଠାରେ ରୋଗୀ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ଝଗଡା ହୋଇଥିଲା। ପରେ ତାରିଣୀ ଡାକ୍ତର ସାକିଲଙ୍କ କାନ ମୁଣ୍ଡାକୁ ଜୋରରେ କାମୁଡ଼ି ଦେଇ ତାଙ୍କ କାନ ଛିଣ୍ଡାଇଦେଇଥିଲେ। ପରେ ସେ ସେଠାରେ ଥିବା ଅନ୍ୟ ଡାକ୍ତର ଓ କର୍ମଚାରୀଙ୍କୁ ମଧ୍ୟ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ଖବର ପାଇ ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ବୈଦ୍ୟନାଥପୁର ଥାନାଧିକାରୀ ଶାରଦା ପ୍ରସନ୍ନ ଦାସ ପହଞ୍ଚି ଉତ୍ୟକ୍ତ ଡାକ୍ତରଙ୍କୁ ବୁଝାସୁଝା କରିବା ସହ ଅଭିଯୁକ୍ତଙ୍କୁ କାବୁ କରି ଥାନାକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri