ଏମ୍‌କେସିଜିରେ ଯାଆଁଳା ସନ୍ତାନ ଜନ୍ମଦେଲେ କରୋନା ସଂକ୍ରମିତ ମହିଳା

ବ୍ରହ୍ମପୁର,୧୩ା୫(ଡି.ଏନ୍‌.ଏ.): ଏମ୍‌କେସିଜି ବଡ଼ ମେଡିକାଲରେ ବୁଧବାର ସକାଳୁ ସିତଲାପଲ୍ଲୀ କୋଭିଡ୍‌-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଗଞ୍ଜାମ ଜିଲାର ଜଣେ ୩୨ ବର୍ଷୀୟା ମହିଳା ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି। ମହିଳା ଜଣକ ଏକ ପୁତ୍ର ଓ କନ୍ୟାକୁ ଜନ୍ମ ଦେଇଥିଲେ। ଏହାର କିଛି ସମୟ ପରେ ଶିଶୁପୁତ୍ର ଆଖି ବୁଜିଦେଇଛି।
ସୂଚନାନୁଯାୟୀ, କିଛିଦିନ ତଳେ ସୁରଟରୁ ଟ୍ରେନ୍‌ରେ ଫେରିବା ପରେ ସଂପୃକ୍ତା ମହିଳାଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ସ୍ବାବ୍‌ ନମୁନା ପରୀକ୍ଷଣ ପରେ ପଜିଟିଭ୍‌ ଚିହ୍ନଟ ହୋଇଥିଲା। ତେଣୁ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସକାଳୁ ତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ସେଠାରେ କାର୍ଯ୍ୟରତ ଡାକ୍ତର ତାଙ୍କୁ ଏମ୍‌କେସିଜି ପଠାଇଥିଲେ। କାଜୁଆଲିଟିକୁ ଅଣା ଯିବା ପରେ ଅସ୍ତ୍ରୋପଚାର ଗୃହରେ ପ୍ରସୂତି ବିଭାଗର ଏକ ସ୍ବତନ୍ତ୍ର ଡାକ୍ତର ଓ ନର୍ସ ଦଳଙ୍କ ଦ୍ୱାରା ପ୍ରସବ କରାଯାଇଥିଲା। ମହିଳା ଜଣକ ସମୟ ପୂର୍ବରୁ ଶିଶୁ ଜନ୍ମ ଦେଇଥିବାରୁ ଶିଶୁପୁତ୍ରର ଓଜନ ମାତ୍ର ୯୦୦ ଗ୍ରାମ ରହିଥିଲା । ସେହି କାରଣରୁ ଶିଶୁପୁତ୍ରଟିର ମୃତ୍ୟୁ ହୋଇଥିବା ଏମକେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ସନ୍ତୋଷ କୁମାର ମିଶ୍ର କହିଛନ୍ତି। ତେବେ ଶିଶୁକନ୍ୟା ଜଣକ ସୁସ୍ଥ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri