ଏମ୍‌କେସିଜିରେ ସ୍ଥାପନ ହେଲା କରୋନା ପରୀକ୍ଷା ମେଶିନ

ବ୍ରହ୍ମପୁର ଅଫିସ,୬ା୪- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ସୋମବାର କରୋନା ପରୀକ୍ଷା ମେଶିନ ସ୍ଥାପନ କରାଯାଇଛି। କଲିକତାରୁ ୨ ଜଣ ଇଞ୍ଜିନିୟର ସୋମବାର ସକାଳେ ଏମ୍‌କେସିଜି ମେଡିକାଲରେ ପହଞ୍ଚତ୍ଛନ୍ତି। ସେମାନେ ଉକ୍ତ ମେଶିନକୁ ମେଡିକାଲର ମାଇକ୍ରୋବାୟୋଲୋଜି ବିଭାଗରେ ସ୍ଥାପନ କରି ତାହାର ପରୀକ୍ଷାନିରୀକ୍ଷା କରିଛନ୍ତି ବୋଲି ମେଡିକାଲ ଅଧୀକ୍ଷକ ପ୍ରଫେସର ଡାକ୍ତର ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏପରିକି ସୋମବାର ପରୀକ୍ଷାମୂଳକ ଭାବେ ଏହି ମେଶିନକୁ କାର୍ଯ୍ୟକ୍ଷମ କରାଯାଇଛି। ମଙ୍ଗଳବାରଠାରୁ ଏହା ସମ୍ପୂର୍ଣ ଭାବେ କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି। ଏଥିରେ ଏକାଥରରେ ୧୭ ଗୋଟି ନମୂନା ପରୀକ୍ଷା କରାଯିବାର ବ୍ୟବସ୍ଥା ରହିଛି। କରୋନା ପରୀକ୍ଷା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୫୦ ଗୋଟି ପରୀକ୍ଷା କିଟ୍‌ ଆସିଛି। ୩ଟି ପର୍ଯ୍ୟାୟରେ ଜିଲାର ୭୫୦ ଡାକ୍ତରଙ୍କୁ ଏନେଇ ପ୍ରଶିକ୍ଷଣ ଦିଆଯାଇଛି। ଏପରିକି ନର୍ସମାନଙ୍କୁ ମଧ୍ୟ ଏନେଇ ପ୍ରଶିକ୍ଷଣ କରାଯାଇଛି ବୋଲି ସେ କହିଛନ୍ତି। ପୂର୍ବରୁ କରୋନା ୱାର୍ଡ ପାଇଁ ୧୦ଟି ଭେଣ୍ଟିଲେଟର ରହିଥିବାବେଳେ ଏବେ ଆଉ ୧୦ଟି ଭେଣ୍ଟିଲେଟର ଆସିଛି ବୋଲି ଅଧୀକ୍ଷକ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଏମ୍‌କେସିଜି ମେଡିକାଲର କରୋନା (କୋଭିଡ଼ -୧୯) ପରୀକ୍ଷା ପାଇଁ ଓଡିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସି) ତରଫରୁ ୨୨ଲକ୍ଷ ଟଙ୍କାର ଏକ ସ୍ବତନ୍ତ୍ର କରୋନା ପରୀକ୍ଷା ମେଶିନ ସ୍ଥାପନ କରାଯାଇଛି ବୋଲି ଅଧିକ୍ଷକ ମିଶ୍ର ସୂଚନା ଦେଇଛନ୍ତି।ସୂଚନା ଯୋଗ୍ୟ, ଗତ ମାର୍ଚ୍ଚ ୧୩ରୁ ଏପ୍ରିଲ ୫ ଯାଏ ଜିଲାରୁ ପର୍ଯ୍ୟାୟକ୍ରମେ ଏମ୍‌କେସିଜି ମେଡିକାଲର ସ୍ବତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି ହୋଇଥିବା ୩୫ ଜଣଙ୍କ ନମୂନା ନେଗେଟିଭ ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri