ଏମ୍‌କେସିଜିରେ ୧୭ ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୭ା୫-ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଲଗାତର ଜିଲାର ସନ୍ଦିଗ୍ଧ କରୋନା ଲକ୍ଷଣ ଥିବା ଲୋକମାନେ ଏମ୍‌କେସିଜିରେ ଭର୍ତ୍ତି ହେଉଥିବା ବେଳେ ନିକଟରେ ଗଞ୍ଜାମକୁ ସୁରଟରୁ ଫେରିଥିବା ପ୍ରବାସୀ ଓଡ଼ିଆଙ୍କୁ ବିଭିନ୍ନ ସଂଗରୋଧ କକ୍ଷରେ ରଖାଯାଇଛି। ସେମାନଙ୍କ ସ୍ବାବ୍‌ ରିପୋର୍ଟରେ ଲକ୍‌ଡାଉନ କୋହଳ ହେବା ପରଠାରୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ଜିଲାର ବିଭିନ୍ନ ସଂଗରୋଧ କକ୍ଷରେ ଥିବା ୧୭ ସୁରଟ ଫେରନ୍ତାଙ୍କୁ ଏମ୍‌କେସିଜିର ସ୍ବତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଛି। ଏନେଇ ମେଡିକାଲ ଅଧୀକ୍ଷକ ଡାକ୍ତର ସନ୍ତୋଷ କୁମାର ମିଶ୍ର ଗୁରୁବାର ସୂଚନା ଦେଇଛନ୍ତି। ସମସ୍ତ ସନ୍ଦିିଗ୍ଧଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯିବ। ପରେ ସେଗୁଡିକ ଏମ୍‌କେସିଜି ମେଡିକଲ ଅଣୁଜୀବ ବିଭାଗରେ ଥିବା ପରୀକ୍ଷା କେନ୍ଦ୍ରକୁ ପଠାଯିବା ସହ ଭୁବନେଶ୍ୱର ଆରଏମ୍‌ଆରସିକୁ ଯିବ ବୋଲି ସେ କହିଛନ୍ତି। ସେହିପରି ପୂର୍ବରୁ ଏମ୍‌କେସିଜିର କରୋନା ୱାର୍ଡରେ ଚିକିତ୍ସିତ ଥିବା ୫ ସନ୍ଧିଗ୍ଧଙ୍କ ସ୍ବାବ୍‌ ରିପୋର୍ଟ ଗୁରୁବାର ପହଞ୍ଚିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଏପ୍ରିଲରେ ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ୨୨ ଲକ୍ଷ ଟଙ୍କା ବ୍ୟୟରେ ଗୋଟିଏ ପିସିଆର ମେଶିନ କାର୍ଯ୍ୟକ୍ଷମ କରାଯାଇଥିଲା। ସେହିପରି ଏମ୍‌କେସିଜି ମେଡ଼ିକାଲକୁ ଦ୍ୱିତୀୟ କରୋନା ପରୀକ୍ଷା ମେଶିନ ଆସିଛି। ଯାହା ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି। ସେଥିରେ ମଧ୍ୟ ଦିନକୁ ସର୍ବାଧିକ ୧୨୮ ନମୁନା ପରୀକ୍ଷା କରାଯାଇପାରିବ ବୋଲି ସେ କହିଛନ୍ତି। ଦ୍ୱିିତୀୟ ପିସିଆର ମେଶିନ କର୍ଯ୍ୟକ୍ଷମ ହେବା ପରେ ମେଡିକାଲରେ ଗୋଟିଏ ଦିନରେ ପ୍ରାୟ ୨୫୬ ସ୍ବାବ୍‌ ନମୁନା ପରୀକ୍ଷା କରାଯାଇପାରିବ। ଏଥି ପାଇଁ ଆବଶ୍ୟକ କିଟ୍‌ ମଧ୍ୟ ଏମ୍‌କେସିଜି ମେଡ଼ିକାଲରେ ମହଜୁଦ ରହିଥିବା ଅଧୀକ୍ଷକ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ପାଲଲହଡ଼ା,୨୨।୮: ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri