ଏମ୍‌କେସିଜିରେ ୫ ଅପମୃତ୍ୟୁ ମାମଲା

ବ୍ରହ୍ମପୁର ଅଫିସ,୧ା୯-ଏମ୍‌କେସିଜି ମେଡିକାଲରେ ଦିନକରେ ୫ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ୨ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ବିଦ୍ୟୁତ୍‌ ଆଘାତ, ଜଣଙ୍କର ବିଷ କ୍ରିୟା ଓ ଅନ୍ୟ ଜଣେ ୭ ବର୍ଷର ଶିଶୁ ଚେୟାରରୁ ପଡି ମୃତ୍ୟୁ ଘଟିଥିବା ମେଡିକାଲ ଫାଣ୍ଡି ପୋଲିସ ସୂଚନା ଦେଇଛି। ପୋଲସରାର ସୁକାନ୍ତି ପାଣିଗ୍ରାହୀ ଶୁକ୍ରବାର ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା। ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଶନିବାର ମୃତଦେହ ଜବତ କରି ନଂ.୪୬୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ସେହିପରି ଶେରଗଡ ଥାନା କୁରୁଲା ଗ୍ରାମର ରୁକ୍ମଣୀ ବେହେରା ଘରେ ଶୋଇଥିବା ବେଳେ ଶୁକ୍ରବାର ମଧ୍ୟ ରାତିରେ ତାଙ୍କୁ ଏକ ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ନଂ.୪୬୩/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ସେହିପରି ରାୟଗଡ଼ା ଜିଲା ଗୁଣପୁର ଥାନା ଖଲାଖମା ଗ୍ରାମର ସମ୍ବାରୁ ଶବରଙ୍କ ପୁଅ ବିଶ୍ୱନାଥ ଘରୋଇ କଳିକୁ କେନ୍ଦ୍ରକରି ଶୁକ୍ରବାର ଅପରାହ୍ନରେ ବିଷପାନ କରିଥିଲେ। ଘର ଲୋକେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ନଂ. ୪୬୧/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ସେହିପରି ପାଟପୁର ଥାନା ଅନ୍ତର୍ଗତ କଂସାମାରି ଗ୍ରାମର ରଇବାର ପ୍ରଧାନଙ୍କ ୭ ବର୍ଷର ପୁଅ କାଶୀନାଥ ଶୁକ୍ରବାର ଘରେ ଖେଳୁଥିବା ବେଳେ ଏକ ଚେୟାରରୁ ସେ ଖସିପଡି ଗୁରୁତର ହୋଇପଡିଥିଲେ। ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ନଂ.୪୬୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଚମାଖଣ୍ଡି ଥାନା ଅନ୍ତର୍ଗତ ନାଉଳି ଗ୍ରାମର ହରିଶ୍ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ ପ୍ରଭାସିନୀ ଶନିବାର ମଧ୍ୟାହ୍ନରେ ଫ୍ୟାନ୍‌ ସୁଇଚ ମାରିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ପରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ନଂ.୪୬୫/ ୧୯ରେ ଅପମୃତ୍ୟୁ ମାମଲା ରୁଜୁ କରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri