ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାର୍ଯ୍ୟ, ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌

ନାଉଗାଁ,୧୬।୯(ସ୍ବ.ପ୍ର.): ଏମ୍‌ଜିଏନଆରଇଜିଏସ୍‌ରେ ହେଉଛି କାର୍ଯ୍ୟ, କିନ୍ତୁ ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌ କରାଇନେବାକୁ ଚାଲିଛି ଯୋଜନା। ଏଭଳି ଘଟଣା ଦେଖିବାକୁ ମିଳିଛି ନାଉଗାଁ ବ୍ଲକ ବାଂଶ ପଞ୍ଚାୟତରେ। ଏହି ପଞ୍ଚାୟତରେ ୨୦୧୮-୧୯ ଆର୍ଥିକ ବର୍ଷରେ ଏମ୍‌ଜିଏନଆରଇଜିଏସ୍‌ ମାଧ୍ୟମରେ ଚାନ୍ଦପୁରାର ଗୋଚ୍ଛାୟତସାହି ପୋଖରୀ ପୁନଃରୁଦ୍ଧାର ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ଏହାର କୋର୍ଡ ନଂ. ଥିଲା ୨୪୧ଜି୦୦୪୦୧୫/ଡବ୍ଲ୍ୟୁଏଚ/୩୦୯୭୮୧୨। ଏହି ଯୋଜନାରେ ଜୁଲାଇ ୨୦୧୮ ରେ ଉକ୍ତ ପୋଖରୀ ଖନନ ଆରମ୍ଭ ହୋଇଥିଲା। ନିୟମ ଅନୁଯାୟୀ, ଜବ୍‌କାର୍ଡଧାରୀଙ୍କ ଦ୍ୱାରା କାର୍ଯ୍ୟ ହେବା କଥା। କିନ୍ତୁ ପୋଖରୀ ଖୋଳୁଥିବା ଠିକାଦାର ମେଶିନ ଯୋଗେ କାର୍ଯ୍ୟ କରି ବିଲ୍‌ କରିନେବାକୁ ଉଦ୍ୟମ କରିଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଆଉ ବିଲ୍‌ ହୋଇପାରି ନ ଥିଲା। ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୨ ଜାନୁୟାରୀ ୨୦୧୯ରେ ଆମ ଗାଁ ଆମ ବିକାଶ ଯୋଜନା ଉଦ୍‌ଘାଟିତ ହେଲା। ଏହି ଯୋଜନାରେ ନାଉଗାଁ ବ୍ଲକର ୧୬ ପଞ୍ଚାୟତକୁ ୨୫ ଲକ୍ଷ ହିସାବରେ ୪ କୋଟି ଟଙ୍କା ଅନୁଦାନ ପ୍ରଦାନ କରାଗଲା। ନିୟମ ଅନୁଯାୟୀ, ଏହି ଯୋଜନାରେ ପ୍ରକଳ୍ପ ନିର୍ମାଣ ପୂର୍ବରୁ ପଞ୍ଚାୟତ ନିର୍ବାହୀ ଅଧିକାରୀ, ସମ୍ପୃକ୍ତ ଯନ୍ତ୍ରୀ ଓ ପଞ୍ଚାୟତ ପ୍ରତିନିଧିଙ୍କ ସହିତ ପ୍ରକଳ୍ପ ଆରମ୍ଭର ଫଟୋ ପ୍ରଦାନ କରାଯିବ। ଏଥିସହ କାମ ଆରମ୍ଭ ପୂର୍ବରୁ ସୂଚନା ଫଳକରେ ସବିଶେଷ ତଥ୍ୟ ଦିଆଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଅଗଷ୍ଟ ୨୦୧୯ରେ କୌଣସି ଗୋଟିଏ ବି ପଞ୍ଚାୟତରେ ଏହି ଯୋଜନା କାର୍ଯ୍ୟକାରୀ ହୋଇ ନ ଥିଲା। ବିଭିନ୍ନ ପ୍ରକଳ୍ପ ପାଇଁ ଲେଆଉଟ୍‌ ପ୍ରସ୍ତୁତ କରି କାର୍ଯ୍ୟ ଆରମ୍ଭ କରାଯିବ ବୋଲି ବିଡିଓ ରଶ୍ମିରେଖା ମଲିକ ପ୍ରକାଶ କରିଥିଲେ। କିନ୍ତୁ ବାଂଶ ପଞ୍ଚାୟତର ଗୋଚ୍ଛାୟତ ସାହି ପୋଖରୀକୁ ଆମ ଗାଁ, ଆମ ବିକାଶ ଯୋଜନାରେ ସାମିଲ କରାଯାଇଛି। ଏନେଇ ସୂଚନା ଫଳକରେ ଦର୍ଶାଯାଇଥିବା ତଥ୍ୟ ଅନୁସାରେ, ଏହାର କାର୍ଯ୍ୟ ଆରମ୍ଭ ତାରିଖ ୨ ମାର୍ଚ୍ଚ ୨୦୧୯ ଓ ଶେଷ ତାରିଖ ୨ ମେ ୨୦୧୯ ରଖାଯାଇଛି। ସେହିପରି ବ୍ୟୟ ଅଟକଳ ମୂଲ୍ୟ ୩ ଲକ୍ଷ ଟଙ୍କା ଓ କାର୍ଯ୍ୟ ନିର୍ବାହୀ ସଂସ୍ଥା ପଞ୍ଚାୟତ ସମିତି ବୋଲି ଦର୍ଶାଯାଇଛି। କିନ୍ତୁ ଏ ବିଷୟରେ ପଞ୍ଚାୟତ ନିର୍ବାହୀ ଅଧିକାରୀ କିମ୍ବା ଯନ୍ତ୍ରୀ ଜାଣି ନ ଥିବା କହିଛନ୍ତି। ପ୍ରଶାସନିକ ଅଧିକାରୀଙ୍କ ଅଗୋଚରରେ କିପରି ଆମ ଗାଁ ଆମ ବିକାଶ ଯୋଜନାର ଫଳକ ଲଗାଇ ୩ ଲକ୍ଷ ଟଙ୍କା ବିଲ୍‌ କରିନେବାକୁ ଉଦ୍ୟମ ଚାଲିଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ସରକାରୀ ନିୟମକୁ ଖୋଲା ଉଲ୍ଲଂଘନ କରୁଥିବା ବେଳେ କେବଳ ପୋଖରୀ ହୁଡ଼ା ଗୋଟିଏ ଦିନ ସଫା କରି ପ୍ରକଳ୍ପ କାର୍ଯ୍ୟ ଶେଷ କରାଯାଇଛି। ଏ ସମ୍ପର୍କରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୀତାଂଶୁ ବିଶ୍ୱାଳଙ୍କୁ ପଚାରିବାରେ ସେ କହିଲେ ଯେ, କାର୍ଯ୍ୟ କେବେ ହୋଇଛି, କିଏ କରିଛି ତାହା ସେ ଜାଣି ନାହାନ୍ତି। ସେହିପରି ଯନ୍ତ୍ରୀ ଶାରଦା ପ୍ରସାଦ ସ୍ବାଇଁ କହିଛନ୍ତି ଯେ, ସୂଚନା ଫଳକ କି କାର୍ଯ୍ୟ ବିଷୟରେ ସେ ଜାଣନ୍ତି ନାହିଁ। ଉକ୍ତ କାର୍ଯ୍ୟ କିଏ କରୁଛି ତାହା ମଧ୍ୟ ସେ ଅବଗତ ନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri