Posted inରାଜ୍ୟ

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା: ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଚାଲିଛି ରାସ୍ତାକାମ

ନୂଆଗାଁ,୫ା୭ (ଡି.ଏନ.ଏ.): ଗରିବ ଲୋକଙ୍କୁ ଶହେ ଦିନର କାମ ଯୋଗାଇଦେବା ପାଇଁ ସରକାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ କରିଛନ୍ତି। ଜବ୍‌କାର୍ଡ ମାଧ୍ୟମରେ ଏହା ତ୍ୱରାନ୍ବିତ କରାଯାଉଛି। ନିୟମ ଅନୁସାରେ ଜବ୍‌କାର୍ଡ ଥିବା ଶ୍ରମିକମାନେ କାମ କରିବା ପାଇଁ ନିଜ ନାମକୁ ପଞ୍ଚାୟତରେ ପଞ୍ଜୀକୃତ କରାଇବେ। କାମ କରିବା ପରେ ସେମାନଙ୍କ ବ୍ୟାଙ୍କ ଜମା ଖାତାକୁ ସମ୍ପୂର୍ଣ୍ଣ ମଜୁରି ଆସିବ। କିନ୍ତୁ ନୂଆଗାଁ ବ୍ଲକରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହେଉଛି। ଠିକାଦାର ଶ୍ରମିକମାନଙ୍କ ଜବକାର୍ଡକୁ ନିଜ ପାଖରେ ରଖି ସେମାନଙ୍କ ନାମ ପଞ୍ଜୀକୃତ କରି ମେଶିନ ମାଧ୍ୟମରେ କାର୍ଯ୍ୟ କରୁଛନ୍ତି। ପର ମୁହୂର୍ତ୍ତରେ ଜବ୍‌କାର୍ଡଧାରୀଙ୍କୁ କିଛି ପାଉଣା ଦେଇ ଜମାଖାତାରୁ ଟଙ୍କା ଉଠାଇ ନେଉଛନ୍ତି। ନୂଆଗାଁ ବ୍ଲକ କାପ୍ତାପଲ୍ଲୀ ପଞ୍ଚାୟତର କଣବାଙ୍କଠାରୁ ବୁରୁଦେଇ, ଖଜୁରିଡିହ ରାସ୍ତା ନିର୍ମାଣ କ୍ଷେତ୍ରରେ ଏପରି ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ନିର୍ମାଣ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୮ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଥିବା ବେଳେ ତାହା ଶ୍ରମିକମାନଙ୍କ ଦ୍ୱାରା କରାଇବାର ନିର୍ଦ୍ଦେଶ ଥିଲା। କିନ୍ତୁ ଠିକାଦାର ଶ୍ରମିକଙ୍କ ନାମ ଦର୍ଶାଇ ଜେସିବି ଦ୍ୱାରା କାର୍ଯ୍ୟ କରାଇ ୩ ଲକ୍ଷ ୭୫ ହଜାର ଟଙ୍କା ବିଲ୍‌ ଉଠାଇଥିବା ଜଣାପଡିଛି। ପୁଣି ଜୁନ ୧୫ରୁ ୨୦ ତାରିଖ ସୁଦ୍ଧା ଏହି କାର୍ଯ୍ୟ ସାରିବା ଓ ପରେ ଆଉ ନ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ମେଶିନ ମାଧ୍ୟମରେ କାର୍ଯ୍ୟ ଚାଲୁଥିବା ଦେଖିବାକୁ ମିଳିଛି। ନୂଆଗାଁ ବ୍ଲକରେ ଠିକାଦାରମାନଙ୍କ ଏପରି କାର୍ଯ୍ୟକଳାପ ନେଇ ଶ୍ରମିକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ସେମାନେ କହିଛନ୍ତି। ପୂର୍ବରୁ ଉଦୟପୁର ପଞ୍ଚାୟତରେ ଏପରି ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ନେଇ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହେଲେ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। କାପ୍ତାପଲ୍ଲୀ ପଞ୍ଚାୟତରେ ଉକ୍ତ ରାସ୍ତା କାମରେ ହୋଇଥିବା ଅନିୟମିତତା ସମ୍ପର୍କରେ ନୂଆଗାଁ ବ୍ଲକ ସହକାରୀ ଯନ୍ତ୍ରୀ ନକୁଳ ରାଉତଙ୍କୁ ପଚାରିବାରୁ ସେ କହିଲେ, ଅଭିଯୋଗ ପାଇଛି, କିନ୍ତୁ ଠିକାଦାର କିଭଳି କାମ କରୁଛନ୍ତି ମୁଁ ଜାଣିନି। ଆମେ ଜୁନ ୧୫ତାରିଖ ସୁଦ୍ଧା କାମର ବିଲ୍‌ ଦେଇସାରିଛୁ। ଏବେ ଠିକାଦାର ତାଙ୍କ ନିଜ ପଇସାରେ କାମ କରୁଥାଇପାରନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?