ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ଚାରା ରୋପଣ

ଛତ୍ରପୁର,୧୪ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ଗଞ୍ଜାମ ଜିଲାରେ ବହୁ ଗଛର କ୍ଷତି ହୋଇଯାଇଛି ା ତେଣୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚାରା ରୋପଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ ଗୃହରେ ଡିଆର୍‌ଡିଏ ଏପିଡି ଦେବବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କିଭଳି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାରା ରୋପଣ ପାଇଁ ରଖାଯିବାକୁ ଥିବା ଲକ୍ଷ୍ୟ ପୂରଣ ହେବ ସେ ଉପରେ ଗୁରୁତ୍ୱାରୋପ କରିଥିଲେ। କେଉଁ ସ୍ଥାନରେ ଚାରା ରୋପଣ ହେବ ସେ ଉପରେ ଥିବା ଗାଇଡଲାଇନ୍‌ ଉପରେ ଆଲୋଚନା ହୋଇଥିଲା। ଔଷଧୀୟ ଚାରା ରୋପଣ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତୁତ ହେଉଥିବା ଏଷ୍ଟିମେଟ୍‌ ସମ୍ପର୍କରେ ମଧ୍ୟ ତାଲିମ ଦିଆଯାଇଥିଲା। ଓଏସ୍‌ଡିପି ସୁରିବାବୁ ପାତ୍ରଙ୍କ ସମେତ ସମସ୍ତ ବ୍ଲକର ଅତିରିକ୍ତ ପ୍ରକଳ୍ପ ଅଧିକାରୀ, ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri