ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ପ୍ରତି ବଢୁଛି ଶ୍ରମିକଙ୍କ ଆଗ୍ରହ

ରାଇକିଆ,୨୪ା୪(ଡି.ଏନ୍‌.ଏ.)- ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ପାଇଁ କଟକଣା କୋହଳ ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ସାମାଜିକ ଦୂରତ୍ୱକୁ ଧ୍ୟାନ ଦିଆଯାଇ ଅଧିକରୁ ଅଧିକ ଶ୍ରମିକଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ଶୁକ୍ରବାର ସୁଦ୍ଧା ବ୍ଲକର ୧୨ ଗୋଟି ପଞ୍ଚାୟତରେ ବିଭିନ୍ନ ବିଭାଗର ୧୬୧ଟି ପ୍ରକଳ୍ପ କାମ ଆରମ୍ଭ କରାଯାଇଛି। ଏଥିରେ ୩ ହଜାରରୁ ଉର୍ଦ୍ଧ୍ୱ ଶ୍ରମିକ ନିୟୋଜିତ ହୋଇଛନ୍ତି। ଲକ୍‌ଡାଉନ ଯୋଗୁ ଘରେ ଖାଲିରେ ବସିଥିବା ବିଭିନ୍ନ ଶ୍ରମିକ ଶ୍ରେଣୀର ଲୋକ ବର୍ତ୍ତମାନ ମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରିବାକୁ ଆଗ୍ରହ ଦେଖାଉଛନ୍ତି। ପୂର୍ବାପେକ୍ଷା ଅଧିକା ଶ୍ରମିକ ବର୍ତ୍ତମାନ ସାମିଲ ହେଉଛନ୍ତି। ରାଇକିଆ ବିଡ଼ିଓ ବିଭିନ୍ନ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିବା ସହ ଶ୍ରମିକଙ୍କୁ ମାସ୍କ ବଣ୍ଟନ ଏବଂ ସାବୁନରେ ହାତ ଧୋଇବାକୁ ସଚେତନ କରାଇଥିଲେ। ଶ୍ରମିକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଅଧିକା ପ୍ରକଳ୍ପ ଯେପରି କାର୍ଯ୍ୟକାରୀ ହୋଇ ପାରିବ ଏବଂ ଶ୍ରମିକ ସାମିଲ ହୋଇ ପାରିବେ ସେ ନେଇ ପଦକ୍ଷେପ ନିଆ ଯାଉଥିବା ଏପିଓ କେଦାର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?