ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବନ୍ଦ ହୋଇପାରେ

ନୂଆଦିଲ୍ଲୀ,୧୮-୭: କେନ୍ଦ୍ର ସରକାର ଆଉ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆର୍‌ଇଜିଏ)କୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି। ଏହି ଯୋଜନା ଗରିବଙ୍କ ଲାଗି ଉଦ୍ଦିଷ୍ଟ। ମୋଦି ସରକାର ଦେଶରୁ ଗରିବଙ୍କ ସଂଖ୍ୟା କମାଇବାକୁ ବଦ୍ଧପରିକର। ଏଣୁ ଏହି ଯୋଜନାକୁ ବନ୍ଦ କରିଦେବାକୁ ଚାହୁଛନ୍ତି ବୋଲି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ବୁଧବାର କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ତୋମର ବୁଧବାର କୃଷି ତଥା ଗ୍ରାମୀଣ ବିକାଶ ଲାଗି ବଜେଟରେ ମିଳୁଥିବା ଅନୁଦାନ ସଂକ୍ରାନ୍ତରେ ପାର୍ଲାମେଣ୍ଟରେ ହେଉଥିବା ଆଲୋଚନାର ଉତ୍ତର ଦେଇଛନ୍ତି। ଏନ୍‌ପିଏକୁ ନେଇ ବଡ଼ କର୍ପୋରେଟଗୁଡ଼ିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଠାରୁ ଶିଖନ୍ତୁ ବୋଲି ସେ ଆହ୍ବାନ ଦେଇଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କେନ୍ଦ୍ର ସରକାର ବଜେଟରେ ସେପରି ଅର୍ଥ ବୃଦ୍ଧି କରିନାହାନ୍ତି ବୋଲି ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଉତ୍ତର ଦେଇ ତୋମର କହିଛନ୍ତି ଯେ, ଏହି ଯୋଜନାରେ ୨୦୧୮-୧୯ରେ ମିଳିଥିବା ଅର୍ଥଠାରୁ ଚଳିତ ଆର୍ଥିକ ବର୍ଷରେ ଅଧିକ ୫ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି। ସରକାର ବଜେଟରେ ଉକ୍ତ ଯୋଜନା ପାଇଁ ୬୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଆଲୋଚନାରେ ଅଂଶଗ୍ରହଣ କରି ତୋମର କହିଛନ୍ତି ଯେ, ସରକାର ଏବେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାକୁ ଅଧିକ ଶ୍ରମିକ ସହାୟକ କରିଛନ୍ତି। ବର୍ତ୍ତମାନ ୯୯ ପ୍ରତିଶତ ଶ୍ରମିକଙ୍କ ଦୈନିକ ମଜୁରୀକୁ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି। ଏବେ ଏହି ଯୋଜନାରେ କେହି ମଧ୍ୟସ୍ଥ ନାହାନ୍ତି ଓ ଏଥିରେ ବାଟମାରଣା ହେଉ ନାହିଁ। ଗରିବଙ୍କ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ଉଦ୍ଦିଷ୍ଟ ଥିବାରୁ ସରକାର ଏହାକୁ ଚିରଦିନ ପାଇଁ ଚଳାଇବାକୁ ଅନାଗ୍ରହି। ସରକାର ଦାରିଦ୍ର୍ୟ ଦୂରୀକରଣ ପାଇଁ କାର୍ଯ୍ୟରତ ଥିବାରୁ ଏହି ଯୋଜନା ଚଳାଇବାକୁ ଚାହୁଁନାହାନ୍ତି। ଗ୍ରାମାଞ୍ଚଳରେ ରୋଜଗାର ସୃଷ୍ଟିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବଡ଼ ଭୂମିକା ଥିବାରୁ ସରକାର ସେମାନଙ୍କୁ ୨ ଲକ୍ଷ କୋଟି ଟଙ୍କା ଋଣ ଦେଇଛନ୍ତି। ସେମାନେ ମଧ୍ୟ ଠିକ୍‌ ସମୟରେ ଋଣ ପରିଶୋଧ କରୁଛନ୍ତି। ଏବେ ସେମାନଙ୍କ ଏନ୍‌ପିଏ ମାତ୍ର ୨.୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri