ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବନ୍ଦ ହୋଇପାରେ

ନୂଆଦିଲ୍ଲୀ,୧୮-୭: କେନ୍ଦ୍ର ସରକାର ଆଉ ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆର୍‌ଇଜିଏ)କୁ ବନ୍ଦ କରିଦେବା ଲାଗି କେନ୍ଦ୍ର ସରକାର ଚାହୁଁଛନ୍ତି। ଏହି ଯୋଜନା ଗରିବଙ୍କ ଲାଗି ଉଦ୍ଦିଷ୍ଟ। ମୋଦି ସରକାର ଦେଶରୁ ଗରିବଙ୍କ ସଂଖ୍ୟା କମାଇବାକୁ ବଦ୍ଧପରିକର। ଏଣୁ ଏହି ଯୋଜନାକୁ ବନ୍ଦ କରିଦେବାକୁ ଚାହୁଛନ୍ତି ବୋଲି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ବୁଧବାର କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ତୋମର ବୁଧବାର କୃଷି ତଥା ଗ୍ରାମୀଣ ବିକାଶ ଲାଗି ବଜେଟରେ ମିଳୁଥିବା ଅନୁଦାନ ସଂକ୍ରାନ୍ତରେ ପାର୍ଲାମେଣ୍ଟରେ ହେଉଥିବା ଆଲୋଚନାର ଉତ୍ତର ଦେଇଛନ୍ତି। ଏନ୍‌ପିଏକୁ ନେଇ ବଡ଼ କର୍ପୋରେଟଗୁଡ଼ିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଠାରୁ ଶିଖନ୍ତୁ ବୋଲି ସେ ଆହ୍ବାନ ଦେଇଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କେନ୍ଦ୍ର ସରକାର ବଜେଟରେ ସେପରି ଅର୍ଥ ବୃଦ୍ଧି କରିନାହାନ୍ତି ବୋଲି ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଉତ୍ତର ଦେଇ ତୋମର କହିଛନ୍ତି ଯେ, ଏହି ଯୋଜନାରେ ୨୦୧୮-୧୯ରେ ମିଳିଥିବା ଅର୍ଥଠାରୁ ଚଳିତ ଆର୍ଥିକ ବର୍ଷରେ ଅଧିକ ୫ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି। ସରକାର ବଜେଟରେ ଉକ୍ତ ଯୋଜନା ପାଇଁ ୬୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଆଲୋଚନାରେ ଅଂଶଗ୍ରହଣ କରି ତୋମର କହିଛନ୍ତି ଯେ, ସରକାର ଏବେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାକୁ ଅଧିକ ଶ୍ରମିକ ସହାୟକ କରିଛନ୍ତି। ବର୍ତ୍ତମାନ ୯୯ ପ୍ରତିଶତ ଶ୍ରମିକଙ୍କ ଦୈନିକ ମଜୁରୀକୁ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି। ଏବେ ଏହି ଯୋଜନାରେ କେହି ମଧ୍ୟସ୍ଥ ନାହାନ୍ତି ଓ ଏଥିରେ ବାଟମାରଣା ହେଉ ନାହିଁ। ଗରିବଙ୍କ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ଉଦ୍ଦିଷ୍ଟ ଥିବାରୁ ସରକାର ଏହାକୁ ଚିରଦିନ ପାଇଁ ଚଳାଇବାକୁ ଅନାଗ୍ରହି। ସରକାର ଦାରିଦ୍ର୍ୟ ଦୂରୀକରଣ ପାଇଁ କାର୍ଯ୍ୟରତ ଥିବାରୁ ଏହି ଯୋଜନା ଚଳାଇବାକୁ ଚାହୁଁନାହାନ୍ତି। ଗ୍ରାମାଞ୍ଚଳରେ ରୋଜଗାର ସୃଷ୍ଟିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବଡ଼ ଭୂମିକା ଥିବାରୁ ସରକାର ସେମାନଙ୍କୁ ୨ ଲକ୍ଷ କୋଟି ଟଙ୍କା ଋଣ ଦେଇଛନ୍ତି। ସେମାନେ ମଧ୍ୟ ଠିକ୍‌ ସମୟରେ ଋଣ ପରିଶୋଧ କରୁଛନ୍ତି। ଏବେ ସେମାନଙ୍କ ଏନ୍‌ପିଏ ମାତ୍ର ୨.୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri